ସ୍ଥିତି ଅଣାୟତ୍ତ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୮ ହଜାର ୬୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୭୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୬୯ ହଜାର ୯୫୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର କମି ୯୬.୯୮ ପ୍ରତିଶତରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା ୮ ଲକ୍ଷ ୨୧ ହଜାର ୪୪୬ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୦.୬୪ ପ୍ରତିଶତକୁ ବୃଦ୍ଧି ପାଇଛି। ସାପ୍ତାହିକ ସଂକ୍ରମଣ ହାର ୭.୯୨ ପ୍ରତିଶତ ରହିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୪ ହଜାର ୨୧୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୫୨ କୋଟି ୭୮ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଇତିମଧ୍ୟରେ ୬୯ କୋଟି ୩୧ ଲକ୍ଷ ୫୫ ହଜାର ୨୮୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୭୯ ହଜାର ୯୨୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୫୮ ଲକ୍ଷ ୭୫ ହଜାର ୭୯୦ରେ ପହଞ୍ଚିଛି। ସେହିପରି ୩ କୋଟି ୪୫ ଲକ୍ଷ ୭୦ ହଜାର ୧୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦୈନିକ ସଂକ୍ରମଣ ପୁଣି ବଢୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri