ସ୍ଥିତି ଅଣାୟତ୍ତ ଆଶଙ୍କା, ସେପ୍ଟେମ୍ବର ପୂର୍ବରୁ ୧୦ ପ୍ରତିଶତ ଟିକାକରଣ ଅପରିହାର୍ଯ୍ୟ…

ଜେନେଭା,୩୧।୭: କରୋନା ମହାମାରୀ ବିରୋଧରେ ବିଜୟୀ ହେବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ନୂଆ ରଣନୀତି ସମ୍ପର୍କରେ ସୂଚନା ଦିଆଯିବା ସହିତ ପୃଥିବୀର ସମସ୍ତ ଦେଶକୁ ଚେତାବନୀ ଦିଆଯାଇଛି। ଚଳିତ ୨୦୨୧ ବର୍ଷ ସେପ୍ଟେମ୍ବର ସୁଦ୍ଧା ୧୦ ପ୍ରତିଶତ ଲୋକଙ୍କର ଟିକାକରଣ ନ କରାଗଲେ ସ୍ଥିତି ଅଣାୟତ୍ତ ହେବାର ଆଶଙ୍କା ରହିଛି। ଟିକାକରଣ ଅଭିଯାନକୁ ଗତିଶୀଳ କରିବାକୁ ସମସ୍ତ ଦେଶକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପରାମର୍ଶ ଦେଇଛି। ବର୍ଷ ଶେଷ ସୁଦ୍ଧା ସମସ୍ତ ଦେଶ ନିଜ ନିଜ ଜନସଂଖ୍ୟାର ୪୦ ପ୍ରତିଶତ ଟିକାକରଣ କରିବା ଜରୁରୀ।

କରୋନାର ତୃତୀୟ ଲହରର ଆଶଙ୍କା ଏବଂ ଡେଲଟା ଭାରିଆଣ୍ଟର ବୃଦ୍ଧି ଯୋଗୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ତେଣୁ ସମସ୍ତ ଦେଶ ସେପ୍ଟେମ୍ବର ଶେଷ ସୁଦ୍ଧା ଜନସଂଖ୍ୟାର ୧୦ ପ୍ରତିଶତ ଲୋକଙ୍କୁ ଟିକା ଦେବା ଅପରିହାର୍ଯ୍ୟ। ଅପରପକ୍ଷରେ ୨୦୨୨ ସୁଦ୍ଧା ୭୦ ପ୍ରତିଶତ ଜନସଂଖ୍ୟାଙ୍କୁ ଟିକାଦାନ ଉପରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ଜରୁରୀକାଳୀନ ନିର୍ଦ୍ଦେଶକ ମାଇକେଲ ରିୟାନ ଗୁରୁତ୍ୱାରୋପ କରିଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ ଏବେ ୧୩୨ଟି ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି। ସେ କହିଛନ୍ତି ଯେ,ଏହାକୁ ରୋକିବା ପାଇଁ ବର୍ତ୍ତମାନଠାରୁ ପ୍ରସ୍ତୁତି ଆରମ୍ଭ କରିବାକୁ ପଡିବ। କରୋନା ବିରୋଧରେ ଯୁଦ୍ଧ ଜିତିବା ପାଇଁ ଟିକା ଏକମାତ୍ର ପ୍ରତିରକ୍ଷା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri