ସ୍ଥିତି ଅଣାୟତ୍ତ, ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ, ୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୭ ହଜାର ୭୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୮ ହଜାର ୮୧୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୯ ଥିଲା।

ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ଟପିଛି। ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୭ ହଜାର ୧୮୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଲକ୍ଷ ୪ ହଜାର ୫୫୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୪ ହଜାର ୪୧୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୩ ହଜାର ୮୨୭ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୧୩୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୪ ଲକ୍ଷ ୬୯ ହଜାର ୨୩୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୮ ଲକ୍ଷ ୩୬ ହଜାର ୯୦୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୩,୬୪୦ଜଣ, କେରଳରେ ୪,୦୮୩ଜଣ, ଦିଲ୍ଲୀରେ ୮୬୫ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୨,୦୬୯ ଜଣ, ହରିୟାଣାରେ ୫୩୪ ଜଣ, କର୍ନାଟକରେ ୧,୦୪୬ ଜଣ, ପଶ୍ଚିମବଙ୍ଗରେ ୧,୫୨୪, ଉତ୍ତରପ୍ରଦେଶରେ ୪୩୭ ଜଣ, ତେଲେଙ୍ଗାନାରେ ୪୬୮, ଗୁଜରାଟରେ ୫୪୭, ଗୋଆରେ ୧୮୪ ଜଣ, ରାଜସ୍ଥାନରେ ୧୧୨ ଜଣ, ବିହାରରେ ୧୮୬ ଜଣ, ଛତିଶଗଡ଼ରେ ୧୬୭, ପଞ୍ଜାବରେ ୨୦୧ ଜଣ, ଆନ୍ଧ୍ରପ୍ରଦେଶରେ ୧୯୪ ଜଣ, ଓଡ଼ିଶାରେ ୨୦୪ ଜଣ, ମଧ୍ୟପ୍ରଦେଶରେ ୧୨୬ ଜଣ, ହିମାଚଳପ୍ରଦେଶରେ ୧୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୭ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri