ସ୍ଥିତି ଅଣାୟତ୍ତ ମୁହାଁ, ଦୈନିକ ସଂକ୍ରମଣ ୧୩ ହଜାର ଟପିଲା…

ନୂଆଦିଲ୍ଲୀ, ୨୩।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୩ ହଜାର ୩୧୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୨ ହଜାର ୨୪୯ ରହିଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୩ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୮୩ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ୯୦ ହଜାର ଟପିବାର ଆଶଙ୍କା ରହିଛି।

ଗତ ୨୪ ଘଣ୍ଟାରେ ଏହା ୮୩ ହଜାର ୯୯୦ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୦ ହଜାର ୯୭୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୯ ହଜାର ୮୬୨ ଥିଲା। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୩,୨୬୦ ଜଣ, କେରଳରେ ୪,୨୨୪ଜଣ, ଦିଲ୍ଲୀରେ ୯୨୮ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୭୭୧ ଜଣ, କର୍ନାଟକରେ ୬୭୬ ଜଣ, ଉତ୍ତରପ୍ରଦେଶରେ ୬୭୮ ଜଣ, ହରିୟାଣାରେ ୫୨୭ ଜଣ, ପଶ୍ଚିମବଙ୍ଗରେ ୨୯୫, ଗୁଜରାଟରେ ୪୦୭, ତେଲେଙ୍ଗାନାରେ ୪୦୩, ଛତିଶଗଡ଼ ୧୩୧, ପଞ୍ଜାବ ୧୦୫, ଗୋଆରେ ୧୫୬ ଜଣ ରାଜସ୍ଥାନ ୧୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୯୪୧ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୩ ଲକ୍ଷ ୪୪ ହଜାର ୯୫୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୭ ଲକ୍ଷ ୩୬ ହଜାର ୨୭ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୬ କୋଟି ୬୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri