ସ୍ଥିତି ଅଣାୟତ୍ତ, ଦୈନିକ ସଂକ୍ରମଣ ୨୭ ପ୍ରତିଶତ ବୃଦ୍ଧି …

ନୂଆଦିଲ୍ଲୀ, ୧୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ୨୭ ପ୍ରତିଶତ ବୃଦ୍ଧି ଘଟିଛି। ଫଳରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୪୭ ହଜାର ୪୧୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୩୮୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୮୪ ହଜାର ୮୨୫ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର କମି ୯୬.୯୮ ପ୍ରତିଶତରେ ପହଞ୍ଚିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧୧ ଲକ୍ଷ ୧୭ ହଜାର ୫୩୧ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୩.୧୧ ପ୍ରତିଶତକୁ ବୃଦ୍ଧି ପାଇଛି। ସାପ୍ତାହିକ ସଂକ୍ରମଣ ହାର ୭.୯୨ ପ୍ରତିଶତ ରହିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୫ ହଜାର ୩୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୫୪ କୋଟି ୬୧ ଲକ୍ଷ ୩୯ ହଜାର ୪୬୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୬ ଲକ୍ଷ ୩୨ ହଜାର ୨୪ ଜଣଙ୍କୁ ଟିକାଦାନ କରାଯାଇଛି।

ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୬୦ ଲକ୍ଷ ୫୧୦ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୩ କୋଟି ୪୭ ଲକ୍ଷ ୧୫ ହଜାର ୩୬୧ ଜଣଙ୍କ ସୁସ୍ଥ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri