ସ୍ଥିତି ଅଣାୟତ୍ତ, ୯୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୯୦ ହଜାର ୯୨୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏପରି ଧାରା ଜାରି ରହିଲେ ଗୋଟିଏ ଦିନ ମଧ୍ୟରେ ଦୈନିକ ସଂକ୍ରମଣ ଦେଢ଼ଲକ୍ଷରେ ପହଞ୍ଚିବାର ଆଶଙ୍କା ସୃଷ୍ଟି ହୋଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୨୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୯ ହଜାର ୨୦୬ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର କମି ୯୭.୮୧ ପ୍ରତିଶତରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା ୨ ଲକ୍ଷ ୮୫ ହଜାର ୪୦୧ ରେ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୬.୪୩ ପ୍ରତିଶତକୁ ବୃଦ୍ଧି ପାଇଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୨ ହଜାର ୮୭୬ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୪୮ କୋଟି ୬୭ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୩ ଲକ୍ଷ ୪୧ ହଜାର ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ପୁଣି ବଢୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri