ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ବାଲେଶ୍ୱର ଓ ଭଦ୍ରକ ଜିଲାରେ ଅଧିକ କ୍ଷତି ହୋଇଛି। ଏହାକୁ ଦୃଷ୍ଟିରେ ରଖି ବିଜେଡି ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ବୁଧବାର ଅପରାହ୍ନରେ ବାଲେଶ୍ୱର ଗସ୍ତ କରି ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି। ପ୍ରଣବ ଲୋକମାନଙ୍କୁ ଭେଟି ସେମାନଙ୍କର ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ଏହି ସମୟରେ ତାଙ୍କ ସହିତ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଉପସ୍ଥିତ ଥିଲେ।