କମ୍ପାନୀରୁ ଲୁହା ଚୋରି କରି ବନ୍ଧା ହେଲେ ୬ ଅଭିଯୁକ୍ତ

ଲାଞ୍ଜିଗଡ଼,୨୭।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡରୁ ଲୁହା ଚୋରି ଅଭିଯୋଗରେ ଲାଞ୍ଜିଗଡ଼ ପୋଲିସ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ମିଳିଥିବା ସୂଚନା ମୁତାବକ, ଗତ ୧୫ ତାରିଖରେ ବେଦାନ୍ତର ସୁରକ୍ଷାକର୍ମୀ କମ୍ପାନୀରୁ ଲୁହା ଚୋରି ହୋଇଥିବା ନେଇ ଲାଞ୍ଜିଗଡ଼ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଲାଞ୍ଜିଗଡ଼ ପୋଲିସ ଏକ ମାମଲା(ନଂ.୨/୨୦୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ଶୁକ୍ରବାର ରାତିରେ ଲାଞ୍ଜିଗଡ଼ ପୋଲିସର ଏକ ଟିମ୍‌ ବେଦାନ୍ତ କମ୍ପାନୀ ଅଞ୍ଚଳରେ ପାଟ୍ରୋଲିଂ କରୁଥିଲା। ସେତିକିବେଳେ କାରଖାନା ଅଞ୍ଚଳରେ କିଛି ସନ୍ଦିଗ୍ଘ ବକ୍ତି ବୁଲାବୁଲି କରୁଥିବା ଖବର ମିଳିଥିଲା।

ଲାଞ୍ଜିଗଡ ଥାନା ଅଧିକାରୀ ଜିତେନ୍ଦ୍ର ବିଶ୍ୱାଳ ପୋଲିସ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ଚଢାଉ କରି ଅଭିଯୁକ୍ତମାନଙ୍କୁ କାବୁ କରିଥିଲେ। ପୋଲିସ ରାୟଗଡ଼ା ଜିଲା ଅମ୍ବାଦଳା ଥାନା ଛଡ଼ରଙ୍ଗ ଗାଁର ଶିବରାମ ଦୁର୍ଗା, ସନ୍ତୋଷ ବାଗ, ରବି ବାଗ, ମଦନ ବାଗ, ଦେବରାଜ ବାଗ ଏବଂ କାନ୍ତାରୁ ଟାକରିଙ୍କୁ ଗିରଫ କରି ଥାନାକୁ ଆଣିଥିଲା।

ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କ ନିକଟରୁ ନଗଦ ୫୭ ହଜାର ୭୯୦ ଟଙ୍କା ଓ ଗୋଟିଏ ଗ୍ୟାସ ସିଲିଣ୍ଡର, ଗ୍ୟାସ କଟର, ଗ୍ୟାସ ପାଇପ, ଅକ୍ସିଜେନ ସିଲିଣ୍ଡର ପ୍ରଭୃତି ଜବତ କରିଥିଲା। ଲାଞ୍ଜିଗଡ଼ ପୋଲିସ ପକ୍ଷରୁ କେସ ନଂ ୨/୨୫ରେ ଧାରା ୩୦୯(୪)/ ୧୦୯(୧)/୬୧(୨) ବିଏନ୍‌ଏସ୍‌କୁ ପରିବର୍ତ୍ତନ କରି ଧାରା ୩୧୦(୨)/ ୧୦୯(୧)/୬୧(୨) ବିଏନ୍‌ଏସ୍‌ ଅନୁଯାୟୀ ଏକ ମାମଲା ରୁଜୁ କରି ୬ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଜିତେନ୍ଦ୍ର ବିଶାଳ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri