ଡକାୟତି ଘଟଣାରେ ୬ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ଦୁଇ ନାବାଳକ

ବୌଦ୍ଧ,୧୧ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଦିନକୁ ଦିନ ଚୋରି ଡକାୟତି ବୃଦ୍ଧି ପାଉଥିବା ବେଳେ ପୋଲିସ ପକ୍ଷରୁ ଏକ ଡକାୟତି ଘଟଣାରେ ଜଣେ ନାବାଳକଙ୍କ ସହ ୪ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି। ପୋଲିସ ଅଭିଯୁକ୍ତମାନଙ୍କ ପାଖରୁ ଗୋଟିଏ ଖଣ୍ଡା, ଦୁଇଟି ଛୁରି, ଗୋଟିଏ ମୋବାଇଲ ସହ ନଗଦ ଅର୍ଥ ୨୮ ହଜାର ୫୦୦ ଟଙ୍କା ଓ କିଛି ଲୁଗାପଟା ଜବତ କରିଛି। ଅଭିଯୁକ୍ତକୁ ଧରିବା ପରେ ବୌଦ୍ଧ ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ ସୋମବାର ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଥିଲେ। ସୂଚନା ଅନୁସାରେ ଗତ ୫.୮.୨୫ରେ କୁଲତାଖଲି ଗ୍ରାମର ରାଜକିଶୋର ନାୟକ ଓ ତାଙ୍କ ଭାଇ ୧ ମୋଟରସାଇକେଲରେ ଘରକୁ ଫେରୁଥିବା ବେଳେ ତେଲିବନ୍ଧ-ମୁଣ୍ଡାପଡ଼ା ରାସ୍ତାର ତୁଳସୀପୁରଠାରେ ୪ ଜଣ ଯୁବକ ମାରଣାସ୍ତ୍ର ଦେଖାଇ, ଆକ୍ରମଣ କରିବା ସହ ସେମାନଙ୍କଠାରୁ ମୋବାଇଲ, ନଗଦ ଟଙ୍କା ୧ ଲକ୍ଷ ୭ ହଜାର ଟଙ୍କା ହଜାର, ସୁନା ଚେନ୍‌, ବ୍ୟାଗ୍‌ ନେଇ ଯାଇଥିଲେ। ଏନେଇ ରାଜ କିଶୋର ଗତ ୬.୮.୨୫ ବୌଦ୍ଧ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଏହି ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଜଣେ ନାବାଳକଙ୍କୁ ମଧ୍ୟ ଗିରଫ କରିଛି। ଅଭିଯୁକ୍ତମାନେ ହେଲ ବୌଦ୍ଧ ଜିଲା ପନଖିମାଳ ଗ୍ରାମର ଦିଲ୍ଲୀପ କଲତା ( ୩୨) , ମୁଣ୍ଡାପଡ଼ା ଗ୍ରାମର ସୁଧା ଓରଫ ସୁଦାମ ମହାନନ୍ଦିଆ ( ୩୨), ବନ୍ଧାପଥର ଗ୍ରାମର ଶକ୍ତି ଓରଫ ତୁଷାରକାନ୍ତ ବେହେରା (୧୯) , ବନ୍ଧାପଥର ଗ୍ରାମର ସିଦ୍ଧାନ୍ତ ଭବସାଗର (୧୯) ଓ ଜଣେ ନାବାଳକକୁ ଗିରଫ କରିବାରେ ସଫଳ ହୋଇଛନ୍ତି। ପୋଲିସ ସେମାନଙ୍କ ନିକଟରୁ ଗୋଟିଏ ଖଣ୍ଡା, ଦୁଇଟି ଛୁରି, ଗୋଟିଏ ମୋବାଇଲ ନଗଦ ଅର୍ଥ ୨୮ ହଜାର ୫୦୦ ଟଙ୍କା ଓ କିଛି ଲୁଗାପଟା ଜବତ କରିଥିଲା। ପୋଲିସ ଗିରଫ ଅଭିଯୁକ୍ତ ଓ ନାବାଳକକୁ ସୋମବାର କୋର୍ଟ ଚାଲାଣ କରିଛି । ଏହା ସହ ୫ଟି ଚୋରି ମାମଲାରେ ମଧ୍ୟ ଜଣେ ନାବାଳକଙ୍କୁ ଗିରଫ କରିଥିବା ବେଳେ ନାବାଳକ ଠାରୁ ଲାପଟପ୍‌, ସୁନାମୁଦି, ଟାବଲେଟ, ପାଣିପମ୍ପ, ନଗଦ ୨ଲକ୍ଷ ୨୮ ହଜାର , ୟୁପିଏସ୍‌, ମନିଟର ସହ ବିଭିନ୍ନ ସାମଗ୍ରୀ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri