ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨ କୋଟି ୯୪ ଲକ୍ଷ ୫୦ ହଜାର ଟଙ୍କା ଟ୍ରାଞ୍ଜାକ୍ସନ ହୋଇଥିବା ଜଣାପଡିଛି ବୋଲି ଶନିବାର ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତ ପାଲ ସିଂ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ୨୦୨୪ଠାରୁ ନୂଆପଡ଼ା ଜିଲାରେ ସାଇବର ଅପରାଧ ଚାଲିଥିବା ସୂଚନା ମିଳିଥିଲା। ସିଆଇଡି ସିବି ଓଡିଶା ଦ୍ୱାରା ମୂଳ ଆକାଉଣ୍ଟ ବିରୋଧରେ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ସାଇବର କବଚ ଅଭିଯାନରେ ନୂଆପଡା ଥାନା ସାଇବର ସେଲ ସହାୟତାରେ ଆଇସି ଏମ୍‌ଏଚ୍‌ଏରୁ ମିଳିଥିବା ସୂଚନା ଅନୁଯାୟୀ, ବିଭିନ୍ନ ବ୍ୟାଙ୍କ ଓ ଏହା ଅଧୀନରେ ଥିବା ସନ୍ଦିଗ୍ଧ ବ୍ୟାଙ୍କ ଆକାଉଣ୍ଟଗୁଡିକ ଯାଞ୍ଚ କରି ସାଇବର ଅପରାଧର ପର୍ଦ୍ଦାଫାଶ କରିଛି।

ଏଥିରେ ସ୍ଥାନୀୟ ଲୋକଙ୍କ ହାତ ରହିଥିବା ଅନୁମାନ କରାଯାଉଛି । ତଦନ୍ତ ଚାଲିଥିବାରୁ ସମସ୍ତଙ୍କ ନାମ ଗୋପନ ରଖାଯାଇଛି। ନୂଆପଡ଼ା ଓ ଖରିଆର ରୋଡ ଅଞ୍ଚଳର ୬ ଜଣ ଅପରାଧୀ ଗିରଫ ହୋଇଛନ୍ତି। ଆଗକୁ ଏହି ସାଇବର କବଚ ଅଭିଯାନ ଜାରି ରହିବ ବୋଲି ଏସ୍‌ପି ସିଂ କହିଛନ୍ତି। ଏ ନେଇ ନୂଆପଡା ଥାନା କେସ ନଂ.୧୩/୨୦୨୬ରେ ଏକ ମାମଲା ରୁଜୁ କରାଯାଇ ଗିରଫ ଅପରାଧୀଙ୍କୁ ଶନିବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri