ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ୱର ୧୬ ଏବଂ ଦକ୍ଷିଣ ପାର୍ଶ୍ୱର ୮ଟି ମିଶି ମୋଟ ୨୪ଟି ସ୍କୁଇସ ଗେଯ୍‌ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

ହୀରାକୁଦ ବନ୍ଧ କର୍ତ୍ତୃପକ୍ଷଙ୍କଠାରୁ ମଙ୍ଗଳବାର ମଧ୍ୟାହ୍ନ ସାଢ଼େ ୧୨ଟାରେ ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୬୫ ଫୁଟକୁ ବୃଦ୍ଧି ପାଇଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୪ ଲକ୍ଷ ୪୮ ହଜାର ୩୬୩ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ସମାନ ପରିମାଣର ଜଳ ନିଷ୍କାସିତ ହେଉଛି।

ସେଥିମଧ୍ୟରୁ ୨୪ଟି ଗେଟ ଜରିଆରେ ୪ ଲକ୍ଷ ୧୦ ହଜାର ୭୯୨ ଘନଫୁଟ ଏବଂ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲରେ ୩୩,୦୮୪ ଘନଫୁଟ, ବରଗଡ଼ କେନାଲରେ ୩,୬୬୧ ଘନଫୁଟ, ଶାସନ କେନାଲରେ ୫୦୦ ଘନଫୁଟ, ସମ୍ବଲପୁର କେନାଲରେ ୧୦୫ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ୨୨୧ ଘନଫୁଟ ଜଳ ନିଷ୍କାସିତ ହେଉଛି।

ସୂଚନାଯୋଗ୍ୟ, ଜଳଭଣ୍ଡାର ପାଣିପାଗ ନିୟନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡରେ ୦.୦୬ ମିମି ଓ ତଳମୁଣ୍ଡରେ ଆଦୌ ବର୍ଷା ରେକର୍ଡ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?