Posted inଖେଳ

କରୋନାରୁ ସୁସ୍ଥ ହେଲେ ୬ ଭାରତୀୟ ହକି ଖେଳାଳି

ନୂଆଦିଲ୍ଲୀ, ୧୭ା୮ (ପି.ଟି.)-ଅଧିନାୟକ ମନପ୍ରୀତ ସିଂଙ୍କ ସମେତ ଭାରତୀୟ ପୁରୁଷ ହକି ଦଳର ୬ ଜଣ ହକି ଖେଳାଳି କୋଭିଡ୍‌-୧୯ରୁ ଆରୋଗ୍ୟ ଲାଭ କରିଛନ୍ତି। ସୋମବାର ସନ୍ଧ୍ୟାରେ ସେମାନେ ହସ୍ପିଟାଲ ଛାଡ଼ ପାଇଛନ୍ତି। ମନପ୍ରୀତଙ୍କ ବ୍ୟତୀତ ଅନ୍ୟ ଖେଳାଳିମାନେ ହେଲେ ଡିଫେଣ୍ଡର ସୁରେନ୍ଦର କୁମାର, ଯଶକରନ ସିଂ, ବରୁଣ କୁମାର, ଗୋଲକିପର କ୍ରିଷନ ବାହାଦୂର ପାଠକ ଏବଂ ଷ୍ଟ୍ରାଇକର ମନଦୀପ ସିଂ। ଏହି ସମସ୍ତ ଖେଳାଳିଙ୍କର ଦୁଇଥର ଟେଷ୍ଟ କରାଯାଇଥିଲା ଏବଂ ଫଳାଫଳ ନେଗେଟିଭ ଆସିଥିଲା। ଅଗଷ୍ଟ ୧୦ରୁ ୧୨ ମଧ୍ୟରେ ଏହି ଖେଳାଳିମାନେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିଲେ। ଟେଷ୍ଟରେ ସମସ୍ତଙ୍କର ପଜିଟିଭ୍‌ ଆସିଥିଲା। ମନଦୀପଙ୍କ ନିକଟରେ ଯଦିଓ କୌଣସି ଲକ୍ଷଣ ଦେଖାଦେଇ ନ ଥିଲା, ତାଙ୍କ ରକ୍ତରେ ଅକ୍ସିଜେନ ସ୍ତର ସ୍ବାଭାବିକ ନ ଥିଲା। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ତାଙ୍କୁ ବେଙ୍ଗାଲୁରୁସ୍ଥିତି ଏସ୍‌ଏସ୍‌ ସ୍ପର୍ଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ପରେ ପ୍ରତିଷେଧମୂଳକ ବ୍ୟବସ୍ଥା ସ୍ବରୂପ ମନପ୍ରୀତ ଓ ଅନ୍ୟ ୪ ଖେଳାଳିଙ୍କୁ ସେହି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବେଙ୍ଗାଲୁରୁରେ ଉଭୟ ମହିଳା ଓ ପୁରୁଷ ଦଳର ଟ୍ରେନିଂ ବୁଧବାରଠାରୁ ଆରମ୍ଭ ହେବ। ତେବେ ଏହି ୬ ଜଣ ଖେଳାଳି ସେମାନଙ୍କ ଟିମ୍‌ମେଟଙ୍କ ସହ ଯୋଗଦେବା ପୂର୍ବରୁ କିଛି ଦିନ ଆଇସୋଲେଶନରେ ରହିବେ। ବର୍ତ୍ତମାନ କ୍ୟାମ୍ପ ପାଇଁ ୩୩ ପୁରୁଷ ଓ ୨୪ ମହିଳା ଖେଳାଳି ବେଙ୍ଗାଲୁରୁରେ ଉପସ୍ଥିତ ଅଛନ୍ତି। ଜାତୀୟ କ୍ୟାମ୍ପ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁସାରେ ସୁସ୍ଥ ହୋଇଥିବା ଖେଳାଳିମାନେ ଅଭ୍ୟାସ ଆରମ୍ଭ ପୂର୍ବରୁ ଏକ ସପ୍ତାହରୁ ୧୦ ଦିନ ପର୍ଯ୍ୟନ୍ତ ସାଇ କ୍ୟାମ୍ପସ ଭିତରେ ଆଇସୋଲେଶନରେ ରହିବେ। ସମସ୍ତ ମହିଳା ଖେଳାଳି ପହଞ୍ଚତ୍ବା ପରେ ସେମାନଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା ଏବଂ ଫଳାଫଳ ନେଗେଟିଭ୍‌ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri