ଶପିଂ କରିବାକୁ ଯାଉଥିଲେ, ସାମ୍ନାକୁ ଗାଈ ଚାଲି ଆସିବାରୁ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୮।୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ର ଗୁରାପଲ୍ଲୀ ନିକଟରେ ଏକ ଅଟୋ ଓଲଟି ଗୋଟିଏ ପରିବାରର ୬ ଜଣ ସଦସ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ରହିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ, ପଥରା ଗ୍ରାମ ର ସୁକାନ୍ତ ବେହେରାଙ୍କ ପରିବାରରେ ବିବାହ କାର୍ଯ୍ୟ ଅନୁଷ୍ଠିତ ହେବାକୁ ଥିବାରୁ ଏଥିପାଇଁ ଶପିଂ କରିବାକୁ ପରିବାର ସଦସ୍ୟ ଏକ ଅଟୋ ଯୋଗେ ଖଲ୍ଲିକୋଟ ଆସୁଥିଲେ। ଅଟୋ ରେ ପରିବାର ର ୮ ଜଣ ସଦସ୍ୟ ଥିବା ବେଳେ ଗୁରାପଲ୍ଲୀ ନିକଟରେ ଏକ ଗାଈ ଅଟୋ ସମ୍ମୁଖକୁ ଚାଲି ଆସିବାରୁ ଚାଳକ ନିୟନ୍ତ୍ରଣ ହରାଇ ବସିଥିଲେ। ଫଳରେ ଅଟୋଟି ରାସ୍ତା ଉପରେ ଓଲଟି ପଡିଥିଲା। ଅଟୋରେ ବସିଥିବା ପ୍ରାୟ ସମସ୍ତେ ଆହତ ହୋଇଥିଲେ। ଆହତ ମାନେ କମଳିନୀ ବେହେରା (୩୦), ବିଜୟଲକ୍ଷ୍ମୀ ବେହେରା (୨୭), ଆୟୁଷ କୁମାର ବେହେରା (୯), ଆରବ ବେହେରା (୨), ଆଦ୍ୟାଶା ବେହେରା (୧୨), ପ୍ରିୟଦର୍ଶିନୀ ବେହେରା (୧୧) ବୋଲି ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ କମଳିନୀ ବେହେରା (୩୦) ଏବଂ ୯ ବର୍ଷ ର ବାଳକ ଆୟୁଷ କୁମାର ବେହେରାଙ୍କ ଅବସ୍ଥା ଗୁରୁତର ଥିବାରୁ ଏଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁର୍ଘଟଣାରେ ଅଟୋ ଡ୍ରାଇଭର ସଞ୍ଜୟ ବେହେରା ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri