ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ମୃତକ ଜଣଙ୍କ ହେଲେ ପୁଆଁଣିଆ ଗ୍ରାମର ଆଲୋକ ମହାପାତ୍ର। ସୂଚନା ଅନୁଯାୟୀ, ଆଲୋକ ଓ ଅଭିଯୁକ୍ତ ମହିଳାଙ୍କର ପ୍ରାୟ ଛଅ ମାସ ପୂର୍ବରୁ ଜଟଣୀ ଥାନା ଅଞ୍ଚଳରେ ବିବାହ ହୋଇଥିଲା।

ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ କାରଣକୁ ନେଇ ବାରମ୍ବାର କଳହ ଲାଗି ରହୁଥିଲା। ଗତ କିଛି ଦିନ ହେବ ସେମାନଙ୍କ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଥିଲା। ଏହି ଝଗଡ଼ା ଯୋଗୁଁ ଅଭିଯୁକ୍ତ ମହିଳା ଜଣକ ଶନିବାର ବିଳମ୍ବିତ ରାତିରେ ଆଲୋକ ଶୋଇଥିବା ସମୟରେ ତାଙ୍କୁ ଗଳା ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ସ୍ୱାମୀଙ୍କୁ ଅଚେତ ଅବସ୍ଥାରେ ଦେଖି ପରିବାର ଲୋକ ଏବଂ ପଡ଼ୋଶୀ ଏହି ଘଟଣା ବିଷୟରେ ଜାଣିବାକୁ ପାଇଥିଲେ। ଖବର ପାଇ ଖଣ୍ଡପଡ଼ା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି। ହତ୍ୟାକାଣ୍ଡର ପ୍ରକୃତ କାରଣ ଓ ପରିସ୍ଥିତି ନିରୂପଣ ପାଇଁ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ଏବଂ ଅନ୍ୟାନ୍ୟ ଆଇନଗତ ପ୍ରକ୍ରିୟା ଜାରି ରହିଛି। ତଦନ୍ତ ଜାରି ରହିଥିବାରୁ ଏ ନେଇ ପୋଲିସ ପକ୍ଷରୁ କୌଣସି ଆନୁଷ୍ଠାନିକ ବୟାନ ଜାରି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri