୬ ମାସ ପରେ ୧୭ ପଇସା କମିଲା ଡିଜେଲ

ଭୁବନେଶ୍ୱର,୪ା୯: ପ୍ରାୟ ୬ ମାସ ପରେ ପ୍ରଥମ ଥର ଲାଗି ଡିଜେଲ ଦର କମିଥିବା ନଜରକୁ ଆସିଛି। ଗୁରୁବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୧୭ ପଇସା ହ୍ରାସ ପାଇ ୭୯.୮୬ ଟଙ୍କାକୁ ଖସିଛି। ଏଠାରେ ପେଟ୍ରୋଲ ଅପରିବର୍ତ୍ତିତ ୮୨.୬୪ ଟଙ୍କା ରହିଛି। ଦେଶର ମେଟ୍ରୋ ସହରଗୁଡିକରେ ଗୁରୁବାର ଡିଜେଲ ଦର ୧୫ରୁ ୧୭ ପଇସା ହ୍ରାସ ହୋଇଥିବା ଇଣ୍ଡିଆନ ଅଏଲ ପକ୍ଷରୁ ସୂଚନା ଦିଆଯାଇଛି। ନୂଆଦିଲ୍ଲୀରେ ଡିଜେଲ ଲିଟର ପିଛା ୧୬ ପଇସା କମି ୭୩.୪୦ ଟଙ୍କା ରହିଛି। ଏଠାରେ ପେଟ୍ରୋଲ ୮୨.୦୮ ଟଙ୍କା ରହିଛି। ସେହିଭଳି ଚେନ୍ନାଇରେ ଡିଜେଲ ୧୫ ପଇସା ହ୍ରାସ ହୋଇ ୭୮.୭୧ ଟଙ୍କା, କୋଲକାତାରେ ୧୬ ପଇସା ନିମ୍ନରେ ରହି ୭୬.୯୦ ଟଙ୍କା ଏବଂ ମୁମ୍ବାଇରେ ୧୭ ପଇସା କମି ୭୯.୯୪ ଟଙ୍କା ରହିଛି। ଏହି ସ୍ଥାନଗୁଡିକରେ ପେଟ୍ରୋଲ ଯଥାକ୍ରମେ ୮୫.୦୪ ଟଙ୍କା, ୮୩.୫୭ ଟଙ୍କା ଏବଂ ୮୮.୭୩ ଟଙ୍କା ରହିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଅଗଷ୍ଟ ମାସରେ ଲଗାତର ତେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢାଇଥିଲା। ସେପ୍ଟେମ୍ବର ପହିଲାରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୫ ପଇସା ବୃଦ୍ଧି ଘଟିଥିଲା। ଅଗଷ୍ଟ ମାସରେ ଶେଷ ୧୫ ଦିନ ମଧ୍ୟରେ ପେଟ୍ରୋଲ ୧୩ ଥର ବଢିଛି। ଅଗଷ୍ଟ ୧୬ ପରଠାରୁ ପେଟ୍ରୋଲ ମୋଟ ୧.୬୧ ଟଙ୍କା ବଢିଥିବା ଜଣାପଡିଛି। ଭୁବନେଶ୍ୱରର ପେଟ୍ରୋଲ ଓ ଡିଜେଲ ଦର ଦିଲ୍ଲୀଠାରୁ ଉଚ୍ଚରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri