୭ ମାସ ପରେ ସୋସିଆଲ ମିଡିଆକୁ ଫେରିଲେ ରିୟା: ଲେଖିଲେ ଏମିତି ବାର୍ତ୍ତା

ଆଜି ସମଗ୍ର ବିଶ୍ୱରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଉଛି। ବଲିଉଡ ତାରକାମାନେ ମଧ୍ୟ ମହିଳାଙ୍କ ପାଇଁ ପୋଷ୍ଟ ଶେୟାର କରି ଏହି ବିଶେଷ ଦିନରେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଅନ୍ତର୍ଜାତୀୟ ମହିଳା ଦିବସରେ ସୋସିଆଲ ମିଡିଆରେ ଏକ ସ୍ବତନ୍ତ୍ର ପୋଷ୍ଟ ଶେୟାର କରିଛନ୍ତି, ଯାହା ଉପରେ ଅନେକ ଆଲୋଚନା ହେଉଛି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଫଶିଯାଇଥିଲେ ରିୟା ଚକ୍ରବର୍ତ୍ତୀ। ଏହି ମାମଲାରେ ତାଙ୍କ ନାମ ଯୋଡିବା ହେବାପରେ ରିୟା ଚକ୍ରବର୍ତ୍ତୀ ସୋସିଆଲ ମିଡିଆରୁ ମଧ୍ୟ ଉଭାନ ହୋଇଯାଇଥିଲେ। ଏହାପୂର୍ବରୁ ସେ ଗତ ବର୍ଷ ଅଗଷ୍ଟ ୨୭ରେ ଶେଷ ପୋଷ୍ଟ କରିଥିଲେ। ଦୀର୍ଘ ୭ ମାସ ପରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରିୟା ଚକ୍ରବର୍ତ୍ତୀ ସୋସିଆଲ ମିଡିଆରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ନିଜ ମା’ଙ୍କ ହାତ ଧରିଛନ୍ତି। ରିୟା ଚକ୍ରବର୍ତ୍ତୀ ଏହି ଫଟୋ ଶେୟାର କରି ଲେଖିଛନ୍ତି, ଆମ ପାଇଁ ମହିଳା ଦିବସ ଶୁଭେଚ୍ଛା … ମା ଏବଂ ମୁଁ … ସବୁଦିନ ପାଇଁ … ମୋର ଶକ୍ତି, ମୋର ବିଶ୍ୱାସ, ମୋର ଧୈର୍ଯ୍ୟ – ମା’। ରିୟା ଚକ୍ରବର୍ତ୍ତୀଙ୍କ ଏହି ଚିତ୍ର ଏବଂ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଅଭିନେତ୍ରୀଙ୍କ ଅନେକ ପ୍ରଶଂସକ ଏବଂ ସୋସିଆଲ ମିଡିଆ ବ୍ୟବହାରକାରୀ ତାଙ୍କ ପୋଷ୍ଟକୁ ବହୁତ ପସନ୍ଦ କରିଛନ୍ତି।

 

View this post on Instagram

 

A post shared by Rhea Chakraborty (@rhea_chakraborty)


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri