୬ ମାସ ପରେ ଖୋଲିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨।୯(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ଦୀର୍ଘ ୬ମାସ ଧରି ବନ୍ଦ ରହିଥିବା ବିଶ୍ୱ ଐତିହ୍ୟ କୋଣାର୍କର ସୂର୍ଯ୍ୟମନ୍ଦିର ମଙ୍ଗଳବାର ଖୋଲିଛି। ଏହା କେନ୍ଦ୍ର ସରକାରଙ୍କ ଅନଲକ ୪.୦ ଗାଇଡ୍‌ଲାଇନ ଅନୁଯାୟୀ ପର୍ଯ୍ୟଟକ ପରିଦର୍ଶନ ପାଇଁ ଖୋଲାଯାଇଛି। ସୂଚନା ଥାଉ କି, ଦେଶ ଓ ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଉଗ୍ରରୂପ ନେଉଥିବାରୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଓ କେନ୍ଦ୍ର ସରକାର ଏହି ଐତିହ୍ୟ ସ୍ଥଳକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଦୀର୍ଘଦିନ ଧରି ସୂର୍ଯ୍ୟମନ୍ଦିରକୁ ପାଥେୟ କରି ଜୀବନ ଜୀବିକା ନିର୍ବାହ କରୁଥିବା ଶତାଧିକ ଫଟୋଗ୍ରାଫର, ଗାଇଡ୍‌, ବ୍ୟବସାୟୀଙ୍କ ସମେତ ସୂର୍ଯ୍ୟମନ୍ଦିର ପାର୍ଶ୍ୱରେ ହସ୍ତଶିଳ୍ପ ବ୍ୟବସାୟ କରୁଥିବା ବ୍ୟବସାୟୀମାନଙ୍କ ଜୀବିକା ଠପ୍‌ ହୋଇଯାଇଥିଲା।
ମାତ୍ର ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଅନ୍‌ଲକ ୪.୦ ଗାଇଡଲାଇନ ଅନୁଯାୟୀ ସୂର୍ଯ୍ୟମନ୍ଦିର ଖୋଲାଯାଇଥିବାବେଳେ ପ୍ରଥମ ଦିନରେ ଅନଲାଇନରେ ଟିକେଟ କାଟିଥିବା ୩୩ଜଣ ପର୍ଯ୍ୟଟକ ପରିଦର୍ଶନ କରିଥିବା ଏଏସ୍‌ଆଇ ଅଧିକାରୀ ନିରୋଜ କୁମାର ସିଂ ପ୍ରକାଶ କରିଛନ୍ତି। ମନ୍ଦିର ପ୍ରବେଶକୁ ନେଇ କେନ୍ଦ୍ର ସରକାର ଗାଇଡ୍‌ଲାଇନ ଜାରି କରିଥିବାବେଳେ କେବଳ ଅନ୍‌ଲାଇନ ଟିକେଟ ଦ୍ୱାରା ହିଁ ପର୍ଯ୍ୟଟକ ମନ୍ଦିର ପ୍ରବେଶ କରିପାରିବେ। ଏହାସହ ପର୍ଯ୍ୟଟକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଥିବାବେଳେ ଏକକାଳୀନ ୧୦୦ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ମିଳିବ। ସେହିପରି ସକାଳ ୮ଟାରୁ ଅପରାହ୍ନ ୧ଟା ଭିତରେ ସର୍ବାଧିକ ୧୫୦୦ ଓ ଅପହାହ୍ନ ୧ଟା ପରେ ୧ ହଜାର ପର୍ଯ୍ୟଟକଙ୍କୁ ସୂର୍ଯ୍ୟମନ୍ଦିର ପରିଦର୍ଶନ ପାଇଁ ସୁଯୋଗ ମିଳିବ ବୋଲି ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଅନ୍ୟପଟେ ମନ୍ଦିର ମଧ୍ୟକୁ ଫଟୋଗ୍ରାଫର, ଗାଇଡ, ବ୍ୟବସାୟୀ ସମେତ ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ରବେଶ ଉପରେ ଏଏସ୍‌ଆଇ କର୍ତ୍ତୃପକ୍ଷ କଟକଣା ଜାରି କରିଛନ୍ତି। ଫଳରେ ଜୀବିକା ହରାଇଥିବା ଫଟୋଗ୍ରାଫର, ଗାଇଡ ଓ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri