Posted inଜାତୀୟ

ମହନ୍ତ ନରେନ୍ଦ୍ର ଗିରି ହତ୍ୟା ମାମଲା: ମିଳିଲା ୬ ପୃଷ୍ଠାର ସୁଇସାଇଡ୍ ନୋଟ

ପ୍ରୟାଗରାଜ,୨୧ ।୯: ଆଖଡା ପରିଷଦର ଅଧ୍ୟକ୍ଷ ନରେନ୍ଦ୍ର ଗିରି ଯେଉଁ କୋଠରିରେ ଆତ୍ମହତ୍ୟା କରିଥିଲେ ଏବେ ସେଠାରୁ ୬ ପୃଷ୍ଠାର ସୁଇସାଇ୍‌ଡ୍ ନୋଟ ମିଳିଥିବା ଜଣାପଡିଛି । ପୋଲିସ କହିଛି ଉକ୍ତ ସୁଇସାଇଡ୍ ନୋଟରେ ଆଖଡା ପରିଷଦର ଉତ୍ତରାଧିକାରୀଙ୍କ ନାମ ଲେଖାଯାଇଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥିରେ ମହନ୍ତଙ୍କ ଅତି ପାଖର କୁହାଯାଉଥିବା ଆନନ୍ଦ ଗିରିଙ୍କ ବ୍ୟତୀତ ହନୁମାନ ମନ୍ଦିରର ପୂଜାରୀ ଆଧ୍ୟା ତିୱାରି ଓ ତାଙ୍କ ପୁଅ ସନ୍ଦିପ ତିୱାରିଙ୍କ ନାମ ରହିଛି । ଏହାସହ ସମ୍ମାନ ଓ ଅପମାନକୁ ନେଇ ମଧ୍ୟ କିଛି ଲେଖାଯାଇଛି । ଏବେ ପ୍ରଶ୍ନ ଉଠିଛି ଯେ କେଉଁ ଅପମାନ ପାଇଁ ମହନ୍ତ ଆତ୍ମହତ୍ୟା କରିଛନ୍ତି । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଝୁଲନ୍ତା ମୃତଦେହକୁ ଖୋଲି ଦିଆଯାଇଥିଲା । ଆଉ ତାଙ୍କ ମୃତଦେହ ନିକଟରେ ସୁଇସାଇଡ୍ ନୋଟ୍ ପଡିଥିଲା । ଯେଉଁଥିରେ ଲେଖାଯାଇଛି କି ସେ ସାରା ଜୀବନ ସେ ସମ୍ମାନର ସହ ବଞ୍ଚିଛନ୍ତି ହେଲେ ଏବେ ତାଙ୍କ ପାଖ ଲୋକ ବୋଲି କୁହାଯାଉଥିବା ଆନନ୍ଦ ଗିରିଙ୍କ ବ୍ୟତୀତ ହନୁମାନ ମନ୍ଦିରର ପୂଜାରୀ ଆଧ୍ୟା ତିୱାରି ଓ ତାଙ୍କ ପୁଅ ସନ୍ଦିପ ତିୱାରିଙ୍କ ବ୍ୟବହାର ତାଙ୍କୁ କଷ୍ଟ ଦେଇଛି ଓ ଅପମାନିତ କରିଛି । କେତେଜଣ ତାଙ୍କୁ ମିଥ୍ୟା ଆରୋପ ଲଗାଇ ଅପମାନିତ କରିଛନ୍ତି ଯାହା ସେ ସହିପାରି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଗଞ୍ଜାମ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ସ୍ୱାସ୍ଥ୍ୟ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri