ଗ୍ଲୋବାଲ ଓ୍ବାର୍ମିଂକୁ ନେଇ ୩୨ଟି ଦେଶ ବିରୋଧରେ କୋର୍ଟରେ ମାମଲା ଦାୟର କଲେ ୬ପର୍ତ୍ତୁଗୀଜ

ଲିସବନ,୨୧।୯: ବିଶ୍ୱତାପନ ବା ଗ୍ଲୋବାଲ ଓ୍ବାର୍ମିଂ ପ୍ରସଙ୍ଗରେ ସଠିକ୍‌ ପଦକ୍ଷେପ ନ ନେବାରୁ ୩୨ଟି ଦେଶ ବିରୋଧରେ କୋର୍ଟରେ ମକଦ୍ଦମା ଦାଖଲ କରାଯାଇଛି। ୬ଜଣ ପର୍ତ୍ତୁଗୀଜ ଯୁବକ ଏନେଇ ୟୁରୋପୀୟ ମାନବିକ ଅଧିକାର କୋର୍ଟରେ ଅଭିଯୋଗ କରିଛନ୍ତି। ୨୦୧୭ରେ ଜଳବାୟୁ ପରିବର୍ତ୍ତନ ଯୋଗୁ ପର୍ତ୍ତୁଗାଲରେ ୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ଏବଂ ଦେଶର ଅନେକାଂଶ ଜଳି ଯାଇଥିଲା।

ଏପ୍ରସଙ୍ଗରେ ଅଭିଯୋଗ ଆଣିଥିବା ଯୁବକମାନେ କହିଛନ୍ତି ଯେ, ସେମାନେ ନିଜ ସ୍ବାସ୍ଥ୍ୟ ପାଇଁ ବହୁତ ଚିନ୍ତିତ। ସେମାନଙ୍କୁ ଅଧିକ ପ୍ରାକୃତିକ ବିପର୍ଯ୍ୟୟ ଏବଂ ଜଳବାୟୁ ପରିବର୍ତ୍ତନ ସହ ବଞ୍ଚିବାକୁ ପଡୁଛି। ଏହାଦ୍ୱାରା ସେମାନଙ୍କର ଅଧିକାର କ୍ଷୁର୍ଣ୍ଣ ହେଉଛି। ଅଗ୍ନିକାଣ୍ଡ ସମୟରେ ଓ ପରେ ଆଲର୍ଜି ଏବଂ ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେଇଛି। ଭବିଷ୍ୟତରେ ପୃଥିବୀ ଏହିପରି ଭାବେ ଉଷ୍ମ ରହିଲେ ଅବସ୍ଥା ଖରାପ ହେବାର ଆଶଙ୍କା ରହିଛି।

ଏହି ମାମଲାର ଶୁଣାଣି ସେପ୍ଟେମ୍ବର ୨୭ରେ ହେବ। ଅତ୍ୟଧିକ ଅଙ୍ଗାରକାମ୍ଳ ନିର୍ଗମନ ଯୋଗୁ ବିଶ୍ୱ ତାପନ ବଢିବାରେ ଲାଗିଛି ବୋଲି ଯୁବକମାନେ କୋର୍ଟରେ ଦାବି କରିଛନ୍ତି। ଗ୍ଲୋବାଲ ଲିଗାଲ ଆକ୍ସନ ନେଟୱାର୍କ (ଜିଏଲଏଏନ)ର ନିର୍ଦ୍ଦେଶକ ଗିଅରଏଡ ଓ’କ୍ୟୁଇନ ଏହାକୁ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri