ବଦଳିଲେ ୬ ବରିଷ୍ଠ ଓଏଏସ୍‌ ଅଧିକାରୀ, ଜାଣନ୍ତୁ କିଏ କେଉଁଠାକୁ ଗଲେ…

ଭୁବନେଶ୍ୱର,୨୭ା୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୬ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡ. ଉଷାରାଣୀ ସାହୁଙ୍କୁ ପଞ୍ଚାୟତିରାଜ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବାବେଳେ ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ସଚିବ ଲୋପାମୁଦ୍ରା ମହାପାତ୍ରଙ୍କୁ ସ୍ବାସ୍ଥ୍ୟ ବିଭାଗକୁ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅତିରିକ୍ତ ସଚିବ ନାରାୟଣ ଚନ୍ଦ୍ର ଧଳଙ୍କୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ମୁଖ୍ୟ ଭିଜିଲାନ୍ସ ଅଧିକାରୀ(ସିଭିଓ) ଭାବେ ବଦଳି କରାଯାଇଥିବାବେଳେ ଓଏମ୍‌ସିର ସିଭିଓ ଦେବେନ୍ଦ୍ର କୁମାର ନନ୍ଦଙ୍କୁ ଅତିରିକ୍ତ ସଚିବ ଧଳଙ୍କ ସ୍ଥାନକୁ ବଦଳି କରାଯାଇଛି। ଅନ୍ୟପକ୍ଷରେ ସ୍ବାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ସୁକାନ୍ତ ମାଝୀଙ୍କୁ କେନ୍ଦୁଝର ‘ଡୁଡା’ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ଯୁଗ୍ମ ସଚିବ ପ୍ରିୟବ୍ରତ ପାଢ଼ୀଙ୍କୁ କେନ୍ଦୁଝର ଭୂ-ଅଧିଗ୍ରହଣ କକ୍ଷର ସ୍ବତନ୍ତ୍ର ଭୂ-ଅଧିଗ୍ରହଣ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri