୬ ପର୍ଯ୍ୟଟକ ସମୁଦ୍ରରେ ଭାସିଗଲେ

ପୁରୀ ଅଫିସ,୧୯।୧୦: ପୁରୀ ସମୁଦ୍ରରେ ମଙ୍ଗଳବାର ୬ ଜଣ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସିଯାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ୪ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ପର୍ଯ୍ୟଟକ ନିଖୋଜ ଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ପଶ୍ଚିମବଙ୍ଗ ଅଞ୍ଚଳର ଅନୁପମ ମଣ୍ଡଳ।
ସୂଚନା ଥାଉକି, ସେକ୍ଟର ୧୩ କ୍ୟାମେଲିଆ ବିଚ୍‌ ନିକଟରେ ଅପରାହ୍ନରେ ଅନୁପମ ପରିବାର ସହ ପୁରୀ ବୁଲିବାକୁ ଆସି ସମୁଦ୍ରରେ ଗାଧୋଉ ଥିଲେ। ହଠାତ୍‌ ସେ ବୁଡ଼ି ଯିବାରୁ ପରିବାର ଲୋକେ ଲାଇଫଗାର୍ଡଙ୍କୁ ଜଣାଇଥିଲେ। ଲାଇଫଗାର୍ଡ ପହଞ୍ଚି ଉଦ୍ଧାର କରିବା ପୂର୍ବରୁ ତାଙ୍କର ମୃତ୍ୟ ହୋଇଯାଇଥିଲା। ସେହିପରି ପଶ୍ଚିମବଙ୍ଗରୁ ଆସିଥିବା ୪ ପର୍ଯ୍ୟଟକ ଗାଧୋଉଥିବା ସମୟରେ ପରିବାର ଲୋକେ ତାଙ୍କୁ ନ ଦେଖିବାରୁ ଲାଇଫଗାର୍ଡଙ୍କୁ କହିଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ଖୋଜାଯାଇଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏ ନେଇ ଅଗ୍ନିଶମ ବିଭାଗର ଏସ୍‌ଆଇ ଧନଞ୍ଜୟ ମଲ୍ଲିକ କହିଛନ୍ତି, ବେଳଭୂମିରେ ସମ୍ପୃକ୍ତ ଯୁବକଙ୍କୁ ଶେଷ ଥର ପାଇଁ ଦ୍ୱିପ୍ରହର ୨ଟା ବେଳେ ଦେଖାଯାଇଥିବା ବେଳେ ଏପର୍ଯ୍ୟନ୍ତ କୌଣସି ପତ୍ତା ମିଳିନାହିଁ। ପୂରା ଟିମ୍‌ ଖୋଜିବା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri