ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬ ଜଣ ମୁକୁଳିଛନ୍ତି। ପ୍ରତି ବଦଳରେ ଅନ୍ୟ ୬ ଜଣ ନାବିକ ଜାହାଜରେ ପ୍ରବେଶ କରିଛନ୍ତି। ଅନ୍ୟ ୧୫ ଜଣଙ୍କୁ ପର୍ଯ୍ୟାୟକ୍ରମେ ଅଦଳବଦଳ କରାଯିବ ବୋଲି ଜଣାପଡିଛି। ବୈଦେଶିକ ନୀତି, ଆଇନଗତ କଟକଣା, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଦି ପ୍ରସଙ୍ଗ ଥିବାରୁ କ୍ଲିୟରାନ୍ସ ପ୍ରକ୍ରିୟା ସମୟ ସାପେକ୍ଷ ହେଉଛି ବୋଲି ଜଣେ ସୁରକ୍ଷା ଅଧିକାରୀ କହିଛନ୍ତି। ଯେଉଁ ୬ ଜଣ ମୁକୁଳିଛନ୍ତି ସେମାନେ ଆଉ ୨ ଦିନ ଭାରତରେ ରହିବେ। ତା’ପରେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି। ଉକ୍ତ ଜାହାଜରୁ ୨୨୦ କୋଟି ଟଙ୍କାର କୋକେନ ଜବତ ହେବା ପରଠାରୁ ୨୧ ଜଣ ନାବିକଙ୍କ ସହ ଜାହାଜ ପାରାଦୀପର ଆଙ୍କରେଜ ଏରିଆରେ ରହିଛି। ମଝିରେ ମଝିରେ ଜାହାଜ ଖାଦ୍ୟ ପାଣି ତେଲ ନେବାପାଇଁ ଇକ୍ୟୁ ବର୍ଥକୁ ଆସିଥାଏ। ୨୦୨୪ ନଭେମ୍ବର ୨୯ରେ ଜାହାଜ ବର୍ଥ ପାଖକୁ ଆସିଥିବାବେଳେ ସେଥିରେ ଥିବା ୨୧ ନାବିକ ଘରକୁ ଫେରିବା ପାଇଁ ଜାହାଜ ଭିତରେ ଆନ୍ଦୋଳନ କରିଥିଲେ। ସେବେଠାରୁ ସମ୍ପୃକ୍ତ ନାବିକଙ୍କ ସହ ଜାହାଜ ଇକ୍ୟୁ ବର୍ଥରେ ରହିଛି। ଜାହାଜ ଓ ନାବିକମାନଙ୍କୁ ଛାଡ଼ିବା ପାଇଁ ଜାହାଜ ମାଲିକଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା। ସମ୍ପୃକ୍ତ ନାବିକଙ୍କ ବଦଳରେ ଅନ୍ୟ ୨୧ ଜଣ ନାବିକଙ୍କୁ ଜାହାଜରେ ରଖିବା ପାଇଁ ହାଇକୋର୍ଟଙ୍କ ପକ୍ଷରୁ ଅନୁମତି ଦିଆଯାଇଥିଲା। ଏହାପରେ ଅଦଳବଦଳ ପ୍ରକ୍ରିୟା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri