୬ବର୍ଷ ବିତିଗଲାଣି, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି ଅଙ୍ଗନବାଡ଼ି କେନ୍ଦ୍ର: ଅର୍ଥ ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୧୭।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଫଟକାଳମାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୋରିଙ୍ଗପଦର ଗ୍ରାମର ଅଙ୍ଗନବାଡ଼ି କେନ୍ଦ୍ର-୨ ଆଜକୁ ୬ବର୍ଷ ହେଲାଣି ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡି ରହିଥିବାରୁ ପ୍ରାକବିଦ୍ୟାଳୟରେ ଘୋର ସମସ୍ୟା ଦେଖା ଯାଉଛି। ଗତ ୨୦୧୯ ରେ କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ବିଭାଗୀୟ ଯନ୍ତ୍ରୀଙ୍କ ଦ୍ୱାରା ଉକ୍ତ ଅଙ୍ଗନବାଡ଼ି କେନ୍ଦ୍ର-୨ ଗ୍ରାମ୍ୟ ଉନ୍ନୟନ ଯୋଜନା ରୁ ୫ଲକ୍ଷ ବ୍ୟୟ ଅଟକଳ ନିର୍ମାଣ କରାଯାଇଥିଲା। କିନ୍ତୁ ଉକ୍ତ କେନ୍ଦ୍ରର ସ୍ଲାପ ପଡିଲା ପରେ ଆଉ କିଛି କାମ ଆଜି ଯାଏ କରାଯାଇ ନାହିଁ। କମ କାମ କରି ମିଥ୍ୟା ବିଲ ଭାଉଚର ପ୍ରସ୍ତୁତ କରି ଅର୍ଥ ଆତ୍ମସାତ କରିଥିବାର ଜଣାପଡିଛି। କେନ୍ଦ୍ରଟି ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିଥିବାରୁ ଅଙ୍ଗନବାଡ଼ି କର୍ମୀ ନିଜସ୍ବ ଗୃହରେ କୋମଳମତି ଶିଶୁଙ୍କ ପ୍ରାକବିଦ୍ୟାଳୟ କରିବାରେ ଘୋର ଅସୁବିଧା ହେଉଛି। ଏହି କେନ୍ଦ୍ରରେ ଗର୍ଭବତୀ, ପ୍ରସୂତି ମହିଳାଙ୍କ ସମେତ ଶିଶୁଙ୍କୁ ଠିକ ଭାବେ ଶିକ୍ଷା ଦିଆ ଯାଇପାରୁନାହିଁ।

ଏ ନେଇ ଗ୍ରାମବାସୀଙ୍କ ପକ୍ଷରୁ ଜିଲାପାଳ, ସିଡିପିଓ,ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ବହୁବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଅଙ୍ଗନବାଡ଼ି କେନ୍ଦ୍ର ନିର୍ମାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ଜିଲାପାଳ ଏହାର ତଦନ୍ତ କରି ଯଥାଶୀଘ୍ର କେନ୍ଦ୍ର ନିର୍ମାଣ କରିବା ପାଇଁ ଗ୍ରାମବାସୀ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି। ଏ ସଂକ୍ରାନ୍ତରେ ବିଭାଗୀୟ ଆସିଷ୍ଟାଣ୍ଡ ଏକଯ୍ୟୁକେଟିଭ ଇଞ୍ଜିନିୟର ଏସ.ଏନ.ମିଶ୍ରଙ୍କୁ ପଚାରିବାରୁ ଫାଇଲ ଏପିଓଙ୍କୁ ମାଗିଛି। ମୁଁ ତଦନ୍ତ କରିବା ପରେ କେନ୍ଦ୍ରର ପୁନଃନିର୍ମାଣ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri