୬ ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଲାନି ଏକ୍ସ-ରେ ମେଶିନ

ନନ୍ଦପୁର,୧୦ା୪(ଡି.ଏନ୍‌.ଏ.): କୋରାପୁଟ ଜିଲା ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ଏକ୍ସ-ରେ ମେଶିନ ଏଯାଏ କାର୍ଯ୍ୟକ୍ଷମ ହୋଇନାହିଁ। ଏହା ମଧ୍ୟରେ ୬ ବର୍ଷ ବିତିଗଲାଣି। ମେଶିନ ଚଳାଇବା ଲାଗି ନିଯୁକ୍ତି ପାଇଥିବା ରେଡିଓଲୋଜିଷ୍ଟଙ୍କୁ ଜୟପୁର ଜିଲା ଚିକିତ୍ସାଳୟକୁ ଡେପୁଟେଶନରେ ପଠାଯାଇଛି। ଫଳରେ ନନ୍ଦପୁର ଡାକ୍ତରଖାନାକୁ ଚିକିତ୍ସା ଲାଗି ଆସି ରୋଗୀ ନିରାଶ ହୋଇ ଫେରୁଥିବା ଦେଖିବାକୁ ମିଳୁଛି। ନିକଟରେ ନନ୍ଦପୁର ବ୍ଲକରେ ଗୋଟିଏ ଦିନରେ ତିନି ବିଦ୍ୟାଳୟର ୩ ଛାତ୍ରଙ୍କ ହାତ ଓ ଗୋଡ଼ ଭାଙ୍ଗିଯିବା ପରି ଘଟଣା ଘଟିଥିଲା। ସେମାନେ ଚିକିତ୍ସା ଲାଗି ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ଏକ୍ସ-ରେ ମେଶିନ ବନ୍ଦ ଏବଂ ହାଡ଼ଭଙ୍ଗା ଚିକିତ୍ସକ ନ ଥିବାରୁ କୋରାପୁଟ ମେଡିକାଲ କଲେଜ, ସେମିଳିଗୁଡ଼ା ଓ ଆଶାକିରଣ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଥିଲେ।
ଏନେଇ ପଟ୍ଟାଙ୍ଗି ବିଧାୟକ ପିତମ ପାଢ଼ୀଙ୍କ ସ୍ବାସ୍ଥ୍ୟ ପ୍ରତିନିଧି ସୁନୀଲ ସାହୁ ସିଡିଏମ୍‌ଓ ଅରୁଣ ପାଢ଼ୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ନନ୍ଦପୁର ବ୍ଲକ ଏମ୍‌ପି ପ୍ରତିନିଧି ଗୋପାଳ ମାଟାମ ମଧ୍ୟ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅବଗତ କରାଇଥିଲେ। ଶେଷରେ ବିଧାୟକ ବାହିନୀପତି ସିଡିଏମ୍‌ଓଙ୍କ ସହ ଆଲୋଚନାକରି ଜୟପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ରେଡିଓଲୋଜିଷ୍ଟ ବିଜୟ ପାଲଙ୍କୁ ନନ୍ଦପୁରକୁ ଫେରାଇ ଆଣିଛନ୍ତି। ଅନ୍ୟପକ୍ଷରେ ଦୀର୍ଘଦିନ ହେଲା ଏକ୍ସ-ରେ ମେଶିନ କାର୍ଯ୍ୟକ୍ଷମ ନେଇ କୌଣସି ବ୍ୟବସ୍ଥା କରାଯାଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏକ୍ସ-ରେ ମେଶିନ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଏଠାରେ ରେଡିଓଲୋଜିଷ୍ଟ କ’ଣ କରିବେ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏକ୍ସ-ରେ ମେଶିନ କାର୍ଯ୍ୟକ୍ଷମ କରିବା ସହ ତୁରନ୍ତ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ୨୬ ଉପ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ମାସକୁ ୩୦ରୁ ୪୦ଟି ହାଡ଼ଭଙ୍ଗା ଘଟଣା ଓ ୨୦ରୁ ୨୫ଟି ଦୁର୍ଘଟଣାଜନିତ ଘଟଣା ଘଟୁଛି। ଡାକ୍ତର ଓ ଚିକିତ୍ସା ସୁବିଧା ନ ଥିବା ହେତୁ କେବଳ ଏଠାରେ ପ୍ରାଥମିକ ଚିକିତ୍ସା କରାଯାଇ ରୋଗୀଙ୍କୁ ଏଠାରୁ କୋରାପୁଟ ସ୍ଥାନାନ୍ତର କରାଯାଉଛି। ଏକ୍ସ-ରେ ମେଶିନ କାର୍ଯ୍ୟକ୍ଷମ ଓ ଡାକ୍ତର ନିଯୁକ୍ତି ସମ୍ପର୍କରେ ସିଡିଏମ୍‌ଓ ପାଢ଼ୀଙ୍କୁ ପଚାରିବାରୁ ଏ ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri