Posted inଜାତୀୟ

୧୬ ଆଞ୍ଚଳିକ ଦଳକୁ ମିଳିଛି ୨୪.୭୭୯ କୋଟି ଚାନ୍ଦା

ନୂଆଦିଲ୍ଲୀ, ୩୦।୧୦(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଦେଶର ୧୬ଟି ଆଞ୍ଚଳିକ ରାଜନୈତିକ ଦଳଙ୍କୁ ୧,୦୨୬ ଦାନ ସୂତ୍ରରୁ ବିନା ପ୍ୟାନ୍‌ ବିବରଣୀରେ ମୋଟ ୨୪.୭୭୯ କୋଟି ଟଙ୍କା ଚାନ୍ଦା ମିଳିଛି। ଉକ୍ତ ଦଳଗୁଡ଼ିକ ପକ୍ଷରୁ ଭାରତର ନିର୍ବାଚନ ଆୟୋଗ (ଇସି)ଙ୍କ ନିକଟରେ ଦାଖଲ ବିବରଣୀରେ ଏହା ଦର୍ଶାଯାଇଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପ୍ରସ୍ତୁତ କରିଥିବା ରିପୋର୍ଟ ଅନୁଯାୟୀ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌), ଲୋକ ଜନଶକ୍ତି ପାର୍ଟି, ସମାଜବାଦୀ ପାର୍ଟି ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)କୁ ପୂର୍ବ ବର୍ଷ ତୁଳନାରେ ଅଧିକ ଚାନ୍ଦା ମିଳିଛି। ସର୍ବାଧିକ ଚାନ୍ଦା ପାଇଥିବା ୫ ଅଞ୍ଚଳିକ ଦଳ ମଧ୍ୟରେ ଅଛନ୍ତି ଶିବସେନା, ଏଆଇଏଡିଏମ୍‌କେ, ଏଏପି, ବିଜେଡି ଏବଂ ଓ୍ବାଇଏସ୍‌ଆର୍‌ କଂଗ୍ରେସ। ତେବେ ପୂର୍ବ ବର୍ଷ ତୁଳନାରେ ବିଜେଡି, ଏସ୍‌ଏଚ୍‌ଏସ୍‌ ଏବଂ ଓ୍ବାଇଏସ୍‌ଆର୍‌ କଂଗ୍ରେସର ଆୟ କମିଥିବା ଘୋଷଣା କରିଛନ୍ତି। ନଗଦ ଆକାରରେ ଇଣ୍ଡିଆନ ମୁସ୍‌ଲିମ୍‌ ଲିଗ୍‌ ସର୍ବାଧିକ ୪.୬୩ କୋଟି ଟଙ୍କା ପାଇଥିବାବେଳେ ତାମିଲନାଡୁର ପଟ୍ଟଲି ମକ୍କଲ କାଟ୍‌ଚି ୫୨.୨୦ ଲକ୍ଷ, ଏଲ୍‌ଜେପି ୬ ଲକ୍ଷ, ନାଗାଲାଣ୍ଡ ଓ ମଣିପୁରର ନାଗା ପିପୁଲ୍ସ ଫ୍ରଣ୍ଟ ୩.୯୨ ଲକ୍ଷ ଏବଂ ଡିଏମ୍‌କେ ୨୯,୦୦୦ ଟଙ୍କା ପାଇଛି। ବିଭିନ୍ନ ଦଳର ମୋଟ ଆୟକୁ ଦେଖିଲେ ଶିବସେନା ୪୩୬ ଡୋନେଶନରୁ ୬୨.୮୫୯ କୋଟି ଟଙ୍କା ପାଇ ପ୍ରଥମ ସ୍ଥାନରେ ଥିବାବେଳେ ଏଆଇଏଡିଏମ୍‌କେ ୫୨.୧୭ କୋଟି, ଏଏପି ୩୭.୩୭ କୋଟି ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ବିଜେଡିକୁ ୨୮.୨୦ କୋଟି ଟଙ୍କା ମିଳିଥିବାବେଳେ ଓ୍ବାଇଏସ୍‌ଆର୍‌-ସିକୁ ୮.୯୨୪ କୋଟି ଟଙ୍କା ମିଳିଥିବା ଦଳ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri