୧୬ ବର୍ଷ ବିତିଲା, କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା ଅଫିସ,୧୪ା୬:କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତର କଣ୍ଠିଆ ସେତୁ ନିର୍ମାଣ ୧୬ ବର୍ଷ ତଳେ ଆରମ୍ଭ ହୋଇଥିଲା। ଅଦ୍ୟାବଧି ନିର୍ମାଣ ଶେଷ ହୋଇନି। ଆଗକୁ ବର୍ଷାଋତୁ ଆସୁଥିବା ବେଳେ ଏହି ପଞ୍ଚାୟତର ୩ ରାଜସ୍ବ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେବେ ବୋଲି ମତ ପ୍ରକାଶ ପାଇଛି।ଏ ସମ୍ପର୍କରେ ସିଂହଗାଁ ଗ୍ରାମର ହରିହର ଜେନା କୁହନ୍ତି, ସହରଠାରୁ ସିଂହଗାଁ ମାତ୍ର ୨୬ କିଲୋମିଟର। ସିଂହଗାଁର ପ୍ରସୂତିଙ୍କ ପାଇଁ ୧୦୨ ଆମ୍ବୁଲାନ୍ସ ସେବା ଏବେ ବି ଅପହଞ୍ଚ । ଗର୍ଭବତୀ ଭାର ସାହାଯ୍ୟରେ ୧୦ କିଲୋମିଟର ଦୂର ଅଣ୍ଡରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କିଲୋମିଟର ଦୂର ଆଳି ସିଏଚ୍‌ସିକୁ ଯାଉଛନ୍ତି । ସିଂହଗାଁ, ରାଉଳିଆଢ଼ିଆ ଓ କୃଷ୍ଣଦାସପୁର ରାଜସ୍ବ ଗ୍ରାମରେ ଅଗ୍ନିକାଣ୍ଡ ଘଟିଲେ ଦମକଳ ପହଞ୍ଚତ୍ ପାରୁନାହିଁ । କେବଳ ଏତିକି ନୁହେଁ, ଏହି ୩ ରାଜସ୍ବ ଗ୍ରାମର ଛାତ୍ରୀଛାତ୍ର ନିକଟସ୍ଥ ବ୍ରାହ୍ମଣୀ କଲେଜ ଯିବାକୁ କଣ୍ଠିଆ ନାଳ ବାଧା ସାଜିଛି। ବର୍ଷକ ମଧ୍ୟରେ ପ୍ରାୟ ୮ ମାସ ଧୋୟା ଅଞ୍ଚଳରେ ଥିବା ଏହି ୩ ରାଜସ୍ବ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟ ଅଭାବରୁ ସିଂହଗାଁ ସେତୁ ନିର୍ମାଣ ହୋଇପାରି ନାହିଁ । ୫ନଂ.ଜାତୀୟ ଜଳପଥ ଏଥିପାଇଁ ବାଧକ ସାଜିଛି ।
ଏ ସମ୍ପର୍କରେ ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ୨୦୦୮ରେ ଭାରତୀୟ ଅନ୍ତର୍ଦ୍ଦେଶୀୟ ଜଳପଥ ପ୍ରାଧିକରଣ ଅଧୀନରେ ଥିବା ୬୨୩ କି.ମି. ଲମ୍ବର ୫ ନଂ. ଜାତୀୟ ଜଳପଥ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା । ସେଥିରୁ ପଶ୍ଚିମବଙ୍ଗରେ ୯୧ କି.ମି. ଥିବା ବେଳେ ଓଡ଼ିଶାରେ ଅବଶିଷ୍ଟ ୫୩୨ କି.ମି. ରହିଛି । ବ୍ରାହ୍ମଣୀ ନଦୀର ତାଳଚେରଠାରୁ ଧାମରା ପର୍ଯ୍ୟନ୍ତ ପ୍ରାଥମିକ ପର୍ଯ୍ୟାୟରେ ଉପଯୋଗ ପାଇଁ ଅର୍ଥ ଅନୁଦାନ ଦିଆଯାଇଛି। ଏହି ଜଳପଥ ପ୍ରକଳ୍ପ ନିର୍ମାଣ କେତେକ କାରଣରୁ ବନ୍ଦ ରହିଛି । ଏହି ଜଳପଥ ମଧ୍ୟରେ ସିଂହଗାଁ କଣ୍ଠିଆ ନାଳ ଅନ୍ତର୍ଭୁକ୍ତ ହୋଇଛି । ଏଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୮ରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଏହି ସେତୁ ନିର୍ମାଣ ସମୟରେ ଜାତୀୟ ଜଳପଥ ଅନ୍ତର୍ଭୁକ୍ତ ହେବାରୁ ତାହା ବନ୍ଦ ହୋଇଛି । ଜାତୀୟ ଜଳପଥ ନିର୍ମାଣର ଅହେତୁକ ବିଳମ୍ବ ଏବେ ଜିଲାର ଏହି ଧୋୟାଞ୍ଚଳବାସୀଙ୍କ ପାଇଁ କାଳ ହୋଇଛି।
ସିଂହଗାଁର ପୂର୍ବତନ ସରପଞ୍ଚ ନିର୍ମଳ ଚନ୍ଦ୍ର ମଲ୍ଲିକ କହିଛନ୍ତି, ଏହି ସେତୁ ନିର୍ମାଣ ପରେ ୩ ରାଜସ୍ବ ଗ୍ରାମର ୩ ହଜାରରୁ ଊର୍ଦ୍ଧ୍ୱ ଅଧିବାସୀଙ୍କ ସମସ୍ୟା ତୁଟିଯିବ । କେନ୍ଦ୍ରାପଡ଼ା ସଦରକୁ ରାସ୍ତା ମିଳିବା ସହିତ କେନ୍ଦ୍ରାପଡ଼ା ଓ ଯାଜପୁର ଜିଲାର ସଂଯୋଗ ହେବ ା ୨୦୦୮ରେ ସେତୁ ନିର୍ମାଣ ପାଇଁ ଜମି ସମସ୍ୟା ଦେଖାଦେଇଥିଲା। ୨୦୧୨ରେ ସରପଞ୍ଚ ଦାୟିତ୍ୱ ନେବା ପରେ ସ୍ଥାନୀୟ ଲୋକଙ୍କ ସହ ବୁଝାମଣା କରି ଜମି ଅଧିଗ୍ରହଣ ପ୍ରସ୍ତାବ ସମସ୍ୟାର ସମାଧାନ ହୋଇଛି । ଏହାପରେ ସେତୁ ନିର୍ମାଣ ବିଳମ୍ବକୁ ବରଦାସ୍ତ କରା ନ ଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରମ୍ବାର ଆନ୍ଦୋଳନ ହୋଇଛି । କଣ୍ଠିଆ ନାଳରେ ଏବେ କୁମ୍ଭୀର ଆତଙ୍କ ଦେଖାଦେଇଛି । ସେତୁ ନିର୍ମାଣ ହୋଇଥିଲେ ସ୍ଥାନୀୟ ଲୋକଙ୍କ କୁମ୍ଭୀର ଆତଙ୍କ କମିଥା’ନ୍ତା । ସେତୁ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ସେ ଦାବି କରିଛନ୍ତି ।
ପୂର୍ବତନ ସରପଞ୍ଚ ଜୟନ୍ତୀ ଦାସ କହିଛନ୍ତି, ସିଂହଗାଁ ସେତୁ ନିର୍ମାଣ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ବାଧା ସୃଷ୍ଟି କରିଛି । ଆବାସ ଯୋଜନାଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌, ପାନୀୟ ଜଳ ଆଦି ମୌଳିକ ସୁବିଧା ଲୋକଙ୍କ ପାଇଁ କାର୍ଯ୍ୟକାରୀ ହୋଇ ପାରୁନାହିଁ । ଜଳପଥ ପ୍ରକଳ୍ପ ବନ୍ଦ ହୋଇଥିବାରୁ ରାଜ୍ୟ ସରକାର ଏହି ସେତୁ ନିର୍ମାଣକୁ ଗୁରୁତ୍ୱ ଦେବା କଥା । ଏନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଉଥିବା ଦାସ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲ କୁହନ୍ତି, ସେତୁ ପାଇଁ ପ୍ରାଥମିକ ଅବସ୍ଥାରେ ବାଧା ସୃଷ୍ଟି କରୁଥିବା ଜମି ସମସ୍ୟାର ସମାଧାନ ହୋଇଛି। ଏହି ସ୍ଥାନ ଦେଇ ଜାତୀୟ ଜଳପଥ ଯାଉଥିବାରୁ ସିଂହଗଁା ସେତୁ ନିର୍ମାଣ ବିଳମ୍ବ ହୋଇଛି । ତେବେ ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି ବୋଲି ଏଡିଏମ୍‌ ସାମଲ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?