Posted inରାଜ୍ୟ

୬ଷ୍ଠ ଅର୍ଥ କମିଶନ ଗଠିତ, ଅରୁଣ ପଣ୍ଡା ଅଧ୍ୟକ୍ଷ

ଭୁବନେଶ୍ୱର,୨୩ା୧(ଅନିଲ ଦାସ): ରାଜ୍ୟ ସରକାର ବୁଧବାର ଷଷ୍ଠ ଅର୍ଥ କମିଶନ ଗଠନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ୫ ଜଣ ସଦସ୍ୟ ରହିଛନ୍ତି। ବୁଧବାର ଅର୍ଥ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟପାଳ ନିଜ କ୍ଷମତାର ଉପଯୋଗ କରି ରାଜ୍ୟ ଷଷ୍ଠ ଅର୍ଥ କମିଶନ ଗଠନ କରିଛନ୍ତି। ଆୟୋଗ ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍‌ ଅରୁଣ କୁମାର ପଣ୍ଡା ଥିବାବେଳେ ସଦସ୍ୟ ଭାବେ ଏକ୍ସଆଇଏମ୍‌ବି ପ୍ରଫେସର ଅସିତ୍‌ ରଞ୍ଜନ ମହାନ୍ତି, ପୁଡୁଚେରୀ ବିଶ୍ୱବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ପ୍ରଫେସର ଅମରେଶ ସାମନ୍ତରାୟ, ଟାଟା ଇନ୍‌ଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ(ଟିଆଇଏସ୍‌ଏସ୍‌)ର ବିଭୁପ୍ରସାଦ ନାୟକ ଏବଂ ସଦସ୍ୟ ସଚିବ ଭାବେ ଅର୍ଥ ବିଭାଗର ଅତିରିକ୍ତ ସଚିବ ସତ୍ୟପ୍ରିୟ ରଥଙ୍କୁ ସାମିଲ କରାଯାଇଛି। ଆୟୋଗର ଅଧ୍ୟକ୍ଷ ଓ ସଦସ୍ୟଙ୍କ କାର୍ଯ୍ୟକାଳ ବିଜ୍ଞପ୍ତି ପ୍ରକାଶ ପାଇବାର ୬ ମାସ ପର୍ଯ୍ୟନ୍ତ ରହିବ। ସଦସ୍ୟ ସଚିବଙ୍କ ବ୍ୟତୀତ ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟମାନେ ଆୟୋଗରେ ପୂର୍ଣ୍ଣକାଳୀନ ଅବା ପାର୍ଟଟାଇମ୍‌ ସେବା ପ୍ରଦାନ କରିପାରିବେ। ସଦସ୍ୟ ସଚିବ ନିଜର କାର୍ଯ୍ୟ ସହ ଆୟୋଗ ନିମନ୍ତେ ପୂର୍ଣ୍ଣକାଳୀନ ସେବା ଦେବେ।
କମିଶନଙ୍କ କାର୍ଯ୍ୟକାଳ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ ୬ ମାସ ପାଇଁ ବୈଧ ରହିବ। କମିଶନ ୨୦୨୬ ଏପ୍ରିଲ ପହିଲାରୁ ପରବର୍ତ୍ତୀ ୫ ବର୍ଷ ପାଇଁ ରାଜ୍ୟର ଆର୍ଥିକ ରିପୋର୍ଟ ପ୍ରସ୍ତୁତ କରି ସରକାରଙ୍କୁ ସୁପାରିସ କରିବେ। ରାଜ୍ୟ ପଞ୍ଚମ ଅର୍ଥ କମିଶନଙ୍କ ସୁପାରିସକୁ କିଭଳି କାର୍ଯ୍ୟକାରୀ କରାଯାଇଛି ତା’ର ମଧ୍ୟ ସମୀକ୍ଷା କରିବେ।କମିଶନ ଯେଉଁସବୁ ସୁପାରିସ ତାଙ୍କ ରିପୋର୍ଟରେ କରିବେ, ତାହା କେଉଁ ମାନକ ଆଧାରରେ ପ୍ରସ୍ତୁତ କରିଛନ୍ତି ସେ ନେଇ ସରକାରଙ୍କୁ ଅବଗତ କରାଇବେ। ଆୟୋଗ ମୁଖ୍ୟତଃ ରାଜ୍ୟ ଓ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ଓ ସହରାଞ୍ଚଳ ସ୍ବାୟତ୍ତ ସଂସ୍ଥା ମଧ୍ୟରେ ଟିକସ ଆବଣ୍ଟନ, ଦାୟିତ୍ୱ, ରାଜ୍ୟ ଦ୍ୱାରା ସଂଗୃହୀତ ଟୋଲ୍‌ ଓ ଫି ଆଦି ସମ୍ପର୍କରେ ନିଜର ରିପୋର୍ଟ ଦେବେ।
ସେହିପରି ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ଓ ସହରାଞ୍ଚଳ ସ୍ବାୟତ୍ତ ସଂସ୍ଥା ଦ୍ୱାରା କେଉଁସବୁ କ୍ଷେତ୍ରରେ ଟିକସ, ଦାୟିତ୍ୱ, ଟୋଲ୍‌ ଓ ଫି ନିର୍ଦ୍ଧାରଣ କରାଯିବ ତାହା ଆୟୋଗ ତାଙ୍କ ରିପୋର୍ଟରେ ଦର୍ଶାଇବେ। ରାଜ୍ୟର କନ୍‌ସୋଲିଡେଟେଡ୍‌ ପାଣ୍ଠିରୁ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ଓ ସହରାଞ୍ଚଳ ସ୍ବାୟତ୍ତ ସଂସ୍ଥାକୁ କେତେ ଅନୁଦାନ ଦିଆଯିବ ତାହା କମିଶନ ସୁପାରିସ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri