Posted inଜାତୀୟ

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ ସ୍ବାମୀ କେତନଙ୍କୁ ହତ୍ୟା କରିବାର ୪ ମାସ ପୂର୍ବରୁ ପ୍ରେମିକ ଚେତନ ଚୌଧରୀଙ୍କୁ ଗୋପନରେ ବିବାହ କରିଥିଲେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଗତ ଫେବୃଆରୀରେ ସିୟାଙ୍କର କେତନଙ୍କ ସହ ନିର୍ବନ୍ଧ ହେବା ସତ୍ତ୍ୱେ ଏହା ପରେ ସେ ଚେତନଙ୍କୁ ବିବାହ କରିଥିବା ଜଣାପଡ଼ିଛି। କେତନଙ୍କ ସହ ସିୟାଙ୍କ ବିବାହ ପାଇଁ ପ୍ରସ୍ତୁତି ଜୋର୍‌ଦାର ଚାଲିଥିବା ସତ୍ତ୍ୱେ ଚେତନ ଓ ସିୟା ସେମାନଙ୍କ ବିବାହ ଖବରକୁ ଉଭୟ ପରିବାରଠାରୁ ଲୁଚାଇ ରଖିଥିଲେ। ଅଭିଯୁକ୍ତମାନଙ୍କ ଗତ ୬ରୁ ୭ ମାସ ତଳର ହ୍ବାଟ୍ସଆପ୍‌ ଚାଟ୍‌, କଲ୍‌ ରେକର୍ଡ, ଲୋକେଶନ ତଥ୍ୟ ଏବଂ ଇଣ୍ଟରନେଟ୍‌ ସର୍ଚ୍ଚ ଆଦି ଡିଜିଟାଲ ତଥ୍ୟ ଯାଞ୍ଚ କରିବା ବେଳେ ଏଭଳି ସୂଚନା ମିଳିଛି। ପୋଲିସ ଏବେ ସେମାନଙ୍କ ବିବାହ ସାର୍ଟିଫିକେଟ୍‌ ଠାବ କରିବାକୁ ଉଦ୍ୟମ ଚଳାଇଛି।
ସୂତ୍ର ଅନୁଯାୟୀ, ସିୟା ଓ ଚେତନଙ୍କ ବିବାହ ସମୟରେ ସିୟାଙ୍କ ୨ ଜଣ କଲେଜ ସାଙ୍ଗ ସାକ୍ଷୀ ଭାବେ ସ୍ବାକ୍ଷର କରିଥିଲେ। ଏକ ବ୍ୟକ୍ତିଗତ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରୁ ଡିଲିଟ୍‌ ହୋଇଥିବା ଫଟୋଗୁଡ଼ିକୁ ବାହାର କରିବା ପାଇଁ ପୋଲିସର ଟେକ୍‌ନିକାଲ୍‌ ଟିମ୍‌ ଉଦ୍ୟମ ଚଳାଇଛି। ସୂଚନାଯୋଗ୍ୟ, ଗତ ମାସ ୧୮ ତାରିଖରେ ପୁଣେର ଲୋନାଭାଲାସ୍ଥିତ ଐତିହାସିକ ଲୋହାଗଡ଼ ଦୁର୍ଗରୁ କେତନଙ୍କୁ ସିୟା ଠେଲିଦେବାରୁ ତାଙ୍କର ମୃତ୍ୟୁ ଘଟିଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?