ଶ୍ରୀଲଙ୍କା ସରକାର ବିରୋଧରେ ଅନାସ୍ଥା ଆଣିବ ଏସ୍‌ଜେବି

କଲମ୍ବୋ,୯ା୪(ପି.ଟି.): ଶ୍ରୀଲଙ୍କାରେ ଗମ୍ଭୀର ଆର୍ଥତ୍କ ସଙ୍କଟ ଯୋଗୁ ସାଧାରଣ ଲୋକେ ନାହିଁ ନ ଥିବା ହୀନସ୍ଥା ହେଉଛନ୍ତି। ଲୋକଙ୍କ ସମସ୍ୟା ଦୂର କରିବାରେ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କ ସରକାର ବିଫଳ ହେଲେ ଅନାସ୍ଥା ପ୍ରସ୍ତାବ ଅଣାଯିବ ବୋଲି ଶ୍ରୀଲଙ୍କାର ମୁଖ୍ୟ ବିରୋଧୀ ଦଳ ଏସ୍‌ଜେବି ଶୁକ୍ରବାର ଘୋଷଣା କରିଛି। ରାଷ୍ଟ୍ରପତି ଶାସନ ଉଚ୍ଛେଦ କରାଯାଇ କ୍ଷମତାକୁ କାର୍ଯ୍ୟପାଳିକା, ବ୍ୟବସ୍ଥାପକ ଏବଂ ନ୍ୟାୟପାଳିକା ମଧ୍ୟରେ ଭାଗ ଭାଗ କରିବା ଲାଗି ବିରୋଧୀ ଦଳ ନେତା ସାଜିଥ ପ୍ରେମଦାସା ଆହ୍ବାନ ଦେଇଛନ୍ତି। ଦେଶରେ ରାଜପାକ୍‌ସେ ଇସ୍ତଫା ଦାବି ଜୋର୍‌ ଧରିଥିବାବେଳେ ସରକାର ଏହାକୁ ଏଡ଼ାଇ ଯାଇପାରିବେ ନାହିଁ। ଯଦି ସରକାର ଇସ୍ତଫା ନ ଦିଅନ୍ତି, ତେବେ ଅନାସ୍ଥା ପ୍ରସ୍ତାବ ଅଣାଯିବ ବୋଲି ସମାଗି ଜନ ବଲଓ୍ବେଗୟା (ଏସ୍‌ଜେବି) ନେତା ପାର୍ଲାମେଣ୍ଟରେ କହିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଅନାସ୍ଥା ପ୍ରସ୍ତାବ ଆଣିବା ଲାଗି ଏସ୍‌ଜେବି ଏମ୍‌ପିମାନଙ୍କଠାରୁ ଦସ୍ତଖତ ସଂଗ୍ରହ କରୁଛି।
ଦେଶରେ ମିଳିତ ସରକାର ଗଠନ ଲାଗି ଗୋଟାବାୟା ପୂର୍ବରୁ ପ୍ରସ୍ତାବ ଦେଇଥିଲେ। କିନ୍ତୁ ମୁଖ୍ୟ ବିରୋଧୀ ଦଳ ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଥିଲା। ଗୋଟାବାୟାଙ୍କ ରାଷ୍ଟ୍ରପତିତ୍ୱରେ ଅନ୍ତରୀଣ ସରକାରରେ ରହିବାକୁ ସେ ରାଜି ନୁହନ୍ତି ବୋଲି ପ୍ରେମଦାସା କହିଥିଲେ। ରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ ଆଣିବାକୁ ଏସ୍‌ଜେବି ପ୍ରସ୍ତୁତି ଚଳାଇଛି। ଦେଶରୁ ଆର୍ଥିକ ସଙ୍କଟ ଦୂର କରିବା ଲାଗି ଏସ୍‌ଜେବି ପକ୍ଷରୁ ପ୍ରେମଦାସା ପାର୍ଲାମେଣ୍ଟରେ କେତେକ ପ୍ରସ୍ତାବ ଦେଇଥିଲେ।
ଦରଦାମ୍‌ ବୃଦ୍ଧି ଓ ବିଦ୍ୟୁତ୍‌ କାଟ୍‌କୁ ନେଇ ଅତିଷ୍ଠ ଲୋକେ ରାଷ୍ଟ୍ରପତି ଓ ତାଙ୍କ ପରିବାରର ଇସ୍ତଫା ଦାବିରେ ଦେଶବ୍ୟାପୀ ଆନ୍ଦୋଳନ ଚଳାଇଥିବାବେଳେ ବିରୋଧୀ ଦଳ ଏହାକୁ ସମର୍ଥନ ଜଣାଇଛି। ରାଷ୍ଟ୍ରପତି ଯଦି ଇସ୍ତଫା ନ ଦିଅନ୍ତି, ତେବେ ତାଙ୍କୁ ବହିଷ୍କାର କରିବା ଲାଗି ମହାଭିଯୋଗ ଅଣାଯିବା ଆବଶ୍ୟକ ବୋଲି ବିରୋଧୀ ଜେଭିପି ଏମ୍‌ପି ବିଜିଥା ହେରାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri