ଶ୍ମଶାନରୁ ମିଳିଲା କଙ୍କାଳ: ସ୍ବାମୀ ନିଖୋଜ ଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ

ହିଞ୍ଜିଳିକାଟୁ,୨୪।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମହୁଲପଲ୍ଲୀ ଗାଁ ଶ୍ମଶାନରୁ ପୋଲିସ ଜଣେ ବ୍ୟକ୍ତିଙ୍କ ନରକଙ୍କାଳ ଜବତ କରିଛି। ଏପରିକି ପୋଲିସ ଘଟଣା ସ୍ଥଳରୁ ଗୋଟିଏ ସ୍କୁଟି, ମୋବାଇଲ ଫୋନ ସହ ଗଛରେ ବନ୍ଧା ହୋଇଥିବା ଏକ ଗାମୁଛା ଜବତ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ଅନ୍ୟପକ୍ଷେ ବ୍ୟକ୍ତିଙ୍କ କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଛି ସେନେଇ ପୋଲିସ ତଦନ୍ତ କରୁଛି।

ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଆଖପାଖ ଅଞ୍ଚଳରୁ ଅନ୍ୟ କିଛି ସାମଗ୍ରୀ ମଧ୍ୟ ଜବତ କରିଥିବା ଜଣାପଡିଛି। ଏପରିକି ପୋଲିସ କଙ୍କାଳକୁ ପରୀକ୍ଷା ପାଇଁ ପଠାଇଛି। ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ପ୍ରକାଶ କରିଛି।

ମିଳିଥିବା ସୂଚନା ମୁତାବକ, କଙ୍କାଳ ନିକଟରୁ ଏକ ସ୍କୁଟି(ଓଡି୦୭ଏଏଲ୍‌-୯୯୯୫), ମୋବାଇଲ ଫୋନ୍‌ ଏବଂ ପୋଷାକ ଆଦି ଗୋଳନ୍ଥରା ଥାନା ପଦ୍ମପୁର ଗ୍ରାମର ପ୍ରତାପ ଦାସ(୩୫)ଙ୍କ ବୋଲି ଜଣାପଡିଛି। ଏପରିକି ଗୋଳନ୍ଥରା ଥାନାରେ ରୁନୁ ଦାସ ନାମକ ଜଣେ ମହିଳା ତାଙ୍କ ସ୍ବାମୀ ପ୍ରତାପ ଦାସ ନିଖୋଜ ଥିବା ନେଇ ଅଭିଯୋଗ କରିଥିଲେ। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି।

ଶନିବାର ରାତିରେ ପରିବାର ଲୋକେ ଖୋଜାଖୋଜି କରୁଥିବା ବେଳେ ହିଞ୍ଜିଳି ଥାନା ମହୁଲପଲ୍ଲୀ ଗାଁ ଶ୍ମଶାନ ନିକଟରେ ପ୍ରତାପଙ୍କ ସ୍କୁଟି ଦେଖିବାକୁ ପାଇଥିଲେ। ପରେ ସେମାନେ ଘଟଣା ନେଇ ହିଞ୍ଜିଳି ପୋଲିସକୁ ଖବର ଦେଇଥିଲେ। ହିଞ୍ଜିଳି ପୋଲିସ ପହଞ୍ଚି କଙ୍କାଳ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିଲା। ପ୍ରତାପଙ୍କ ଭାଇ କାର୍ତ୍ତିକ ଦାସଙ୍କ ଅଭିଯୋଗ ପରେ ରବିବାର ହିଞ୍ଜିଳି ଥାନାରେ ଏକ ମାମଲା (ନଂ.୨୪/୨୩) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

‘କକ୍ରୋଚ ଜନତା ପାର୍ଟି’ର ‘X ଆକାଉଣ୍ଟ’ ବ୍ୟାନ ପରେ ରାଗିଲେ ମହୁଆ ମୋଇତ୍ରା, କହିଲେ…

କୋଲକାତା,୨୨।୫: ‘କକ୍ରୋଚ ଜନତା ପାର୍ଟି’ର X ଆକାଉଣ୍ଟ ଏକ ବ୍ୟଙ୍ଗାତ୍ମକ ପୃଷ୍ଠା ଯାହା ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଲୋକପ୍ରିୟତା ହାସଲ କରିଥିଲା, ଏବେ ଏହା ଭାରତରେ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

କଲେଜ କ୍ୟାଣ୍ଟିନରେ ପ୍ରଥମ ଭେଟ…କିଏ ଏହି ଏହି ଶ୍ରୀନାଥ? ଯାହାଙ୍କୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତି ବିଜୟ

ଥିରୁଭାନନ୍ତପୁରମ,୨୨।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଗୁରୁବାର ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି। ଏହି ସମାରୋହରେ ୨୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri