ସିକେରକୁପା ସିଆର୍‌ପିଏଫ୍‌ ଦ୍ୱାରା ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଲାଞ୍ଜିଗଡ,୧୧ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସିକେରକୁପା ୬୪ ବାଟାଲିଅନ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌) ଦ୍ୱାରା ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ୧୫ ଦିନିଆ ଟେଲରିଂ ତାଲିମ ଆରମ୍ଭ କରିଛି। ଏହି କାର୍ଯ୍ୟକ୍ରମକୁ ଡେପୁଟି ଇନ୍ସପେକ୍ଟର ଜେନେରାଲ ରେଞ୍ଜ ସମ୍ବଲପୁରର ଦଲିପ କୁମାର ଅମ୍ବେଶ ଉଦ୍‌ଘାଟନ କରିଥିଲେ। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ସୁରକ୍ଷା ବାହିନୀ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସମ୍ପର୍କ ବୃଦ୍ଧି, ସ୍ଥାନୀୟ ମହିଳାଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ଅମ୍ବେଶ କହିଥିଲେ। ଏହା ଦ୍ୱାରା କଳାହାଣ୍ଡି ଜିଲାର ବହୁ ଗରିବ ଓ ବିଧବା ମହିଳା ଉପକୃତ ହେବାର ଆଶା କରାଯାଉଛି। ତାଲିମ କାର୍ଯ୍ୟକ୍ରମରେ ୨୦ ଜଣ ମହିଳା ଅଂଶଗ୍ରହଣ କରିଛନ୍ତି। ତାଲିମ ସମାପ୍ତ ହେବା ପରେ ସେମାନଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ ଟେଲରିଂ ମେଶିନ ଯୋଗାଇ ଦିଆଯିବ। କାର୍ଯ୍ୟକ୍ରମରେ କମାଣ୍ଡାଣ୍ଟ-୬୪ ବାଟାଲିୟନ ପଙ୍କଜ ଚୌଧୁରୀ, ଦ୍ୱିତୀୟ-ଇନ-କମାଣ୍ଡ ପି.କେ. ମିଶ୍ର, ଡେପୁଟି କମାଣ୍ଡାଣ୍ଟ ଇନ୍ସପେକ୍ଟର/ଜିଡି ସଚ୍ଚିଦାନନ୍ଦ ପାତ୍ର, ୬୪ ବାଟାଲିଅନ ସିଆର୍‌ପିଏଫ୍‌ ରଞ୍ଜନ କୁମାର ସିଂହ, ସିକେରକୁପା ଫାଣ୍ଡି ଅଧିକାରୀ ମିନିକେତନ ଶବର, ଟେଲରିଂ ପ୍ରଶିକ୍ଷକ ପ୍ରିତିସ୍ମିତା ମହାପାତ୍ର, କଦମଗୁଡ଼ା ସରପଞ୍ଚ ସନ୍ତୋଷ ମାଝୀ, ଲାଞ୍ଜିଗଡ଼ ରୋଡ ସରପଞ୍ଚ ମମତା ଶବର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri