‘ଓଡ଼ିଶାର କୃଷି କ୍ଷେତ୍ରରେ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରାଯିବ’

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ସର୍ବଭାରତୀୟ ମହାତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କୁ ନେଇ ୱାର୍ଲଡ୍‌ ସ୍କିଲ ସେଣ୍ଟରରେ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏଠାରେ ଆଲୋଚନା ହୋଇଥିଲା। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ମୁଖ୍ୟଅତିଥି ଭାବେ ଯୋଗଦେଇ ୬ବର୍ଷର ଓଡ଼ିଶାର ଦକ୍ଷତା ବିକାଶ ଯାତ୍ରା ସମ୍ପର୍କରେ କହିଥିଲେ। ସେ କହିଲେ, ଓ୍ବାର୍ଲଡ ସ୍କିଲ୍‌ ସେଣ୍ଟର ମାଧ୍ୟମରେ ୨୦୨୬ ସୁଦ୍ଧା ରାଜ୍ୟର ୧୫ଲକ୍ଷ ଯୁବଗୋଷ୍ଠୀ ନିଯୁକ୍ତି ପାଇବେ। ଦେଢ଼ଲକ୍ଷ ଯୁବଗୋଷ୍ଠୀ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବେ ନିଯୁକ୍ତି ପାଇବେ। ରାଜ୍ୟରେ କୃଷି କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ସହ ଉପତ୍ାଦନ ବୃଦ୍ଧି ନିମନ୍ତେ ଲକ୍ଷ୍ୟ ରଖାଯାଇଛି। ତେଣୁ ବର୍ତ୍ତମାନ ଓଡ଼ିଶାର କୃଷି କ୍ଷେତ୍ରରେ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରାଯିବ ବୋଲି ବାଗ୍‌ଚୀ କହିଛନ୍ତି।
ବେଙ୍ଗାଲୁରୁର ପ୍ରଫେସର ଶଙ୍କରନ୍‌ ବାସୁ ଏବଂ ପ୍ରଫେସର ଅର୍ଣ୍ଣବ ମୁଖାର୍ଜୀ ଏହି ଫେଲୋଶିପ ବିଷୟରେ ବିସ୍ତୃତ ବିବରଣୀ ରଖିଥିଲେ। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ କ୍ଷେତ୍ରରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ କ’ଣ ସବୁ ଆହ୍ବାନ ରହୁଛି, ସେ ସମ୍ପର୍କରେ ମହିଳା ଓ ଶିଶୁ ବିକାଶ କମିଶନର ଶୁଭା ଶର୍ମା କହିଥିଲେ। ଓଏମ୍‌ସି ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂ ତୃଣମୂଳ ସ୍ତରରେ କିଭଳି ଭାବେ ଯୋଜନା ପ୍ରଣୟନ କରାଯିବ ଏବଂ ତାହାକୁ କିଭଳି ସଫଳ ରୂପେ କାର୍ଯ୍ୟକାରୀ କରାଯାଇ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବା, ତା’ ଉପରେ ଆଲୋକପାତ କରିଥିଲେ। ଓଏସ୍‌ଡିଏ ସିଇଓ ରେଘୁ ଜି ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅତିରିକ୍ତ ସଚିବ ପିନାକୀ ପଟ୍ଟନାୟକ ଉପସ୍ଥିତ ଥିଲେ।
ମହାତ୍ମା ଗାନ୍ଧୀ ଜାତୀୟ ଫେଲୋଶିପ କାର୍ଯ୍ୟକ୍ରମ ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ୱାରା ପରିକଳ୍ପନା କରାଯାଇଛି। ଓଡ଼ିଶାରେ ରାଜ୍ୟ ଦକ୍ଷତା ବିକାଶ ମିଶନ ସହଯୋଗରେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ରାଜ୍ୟର ପ୍ରତ୍ୟେକ ଜିଲାରେ ଜଣେ ଲେଖାଏ ମୋଟ ୩୦ଜଣ ମହାତ୍ମା ଗାନ୍ଧୀ ଜାତୀୟ ଫେଲୋ କାର୍ଯ୍ୟ କରୁଛନ୍ତି। ଗ୍ରାମାଞ୍ଚଳରେ ରୋଜଗାର, ଅର୍ଥନୈତିକ ଉପତ୍ାଦନ ବୃଦ୍ଧି ତଥା ଜୀବିକା ନିର୍ବାହରେ ପ୍ରତିବନ୍ଧକ ଚିହ୍ନଟ କରି ଯୋଜନା ପ୍ରସ୍ତୁତ କରିବା ପାଇଁ ଏହି ଅଧିକାରୀମାନେ ଲୋକନୀତି ଓ ପରିଚାଳନା କ୍ଷେତ୍ରରେ ଦୁଇବର୍ଷର ତାଲିମ ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri