‘ଓଡ଼ିଶାର କୃଷି କ୍ଷେତ୍ରରେ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରାଯିବ’

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ସର୍ବଭାରତୀୟ ମହାତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କୁ ନେଇ ୱାର୍ଲଡ୍‌ ସ୍କିଲ ସେଣ୍ଟରରେ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏଠାରେ ଆଲୋଚନା ହୋଇଥିଲା। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ମୁଖ୍ୟଅତିଥି ଭାବେ ଯୋଗଦେଇ ୬ବର୍ଷର ଓଡ଼ିଶାର ଦକ୍ଷତା ବିକାଶ ଯାତ୍ରା ସମ୍ପର୍କରେ କହିଥିଲେ। ସେ କହିଲେ, ଓ୍ବାର୍ଲଡ ସ୍କିଲ୍‌ ସେଣ୍ଟର ମାଧ୍ୟମରେ ୨୦୨୬ ସୁଦ୍ଧା ରାଜ୍ୟର ୧୫ଲକ୍ଷ ଯୁବଗୋଷ୍ଠୀ ନିଯୁକ୍ତି ପାଇବେ। ଦେଢ଼ଲକ୍ଷ ଯୁବଗୋଷ୍ଠୀ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବେ ନିଯୁକ୍ତି ପାଇବେ। ରାଜ୍ୟରେ କୃଷି କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ସହ ଉପତ୍ାଦନ ବୃଦ୍ଧି ନିମନ୍ତେ ଲକ୍ଷ୍ୟ ରଖାଯାଇଛି। ତେଣୁ ବର୍ତ୍ତମାନ ଓଡ଼ିଶାର କୃଷି କ୍ଷେତ୍ରରେ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରାଯିବ ବୋଲି ବାଗ୍‌ଚୀ କହିଛନ୍ତି।
ବେଙ୍ଗାଲୁରୁର ପ୍ରଫେସର ଶଙ୍କରନ୍‌ ବାସୁ ଏବଂ ପ୍ରଫେସର ଅର୍ଣ୍ଣବ ମୁଖାର୍ଜୀ ଏହି ଫେଲୋଶିପ ବିଷୟରେ ବିସ୍ତୃତ ବିବରଣୀ ରଖିଥିଲେ। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ କ୍ଷେତ୍ରରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ କ’ଣ ସବୁ ଆହ୍ବାନ ରହୁଛି, ସେ ସମ୍ପର୍କରେ ମହିଳା ଓ ଶିଶୁ ବିକାଶ କମିଶନର ଶୁଭା ଶର୍ମା କହିଥିଲେ। ଓଏମ୍‌ସି ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂ ତୃଣମୂଳ ସ୍ତରରେ କିଭଳି ଭାବେ ଯୋଜନା ପ୍ରଣୟନ କରାଯିବ ଏବଂ ତାହାକୁ କିଭଳି ସଫଳ ରୂପେ କାର୍ଯ୍ୟକାରୀ କରାଯାଇ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବା, ତା’ ଉପରେ ଆଲୋକପାତ କରିଥିଲେ। ଓଏସ୍‌ଡିଏ ସିଇଓ ରେଘୁ ଜି ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅତିରିକ୍ତ ସଚିବ ପିନାକୀ ପଟ୍ଟନାୟକ ଉପସ୍ଥିତ ଥିଲେ।
ମହାତ୍ମା ଗାନ୍ଧୀ ଜାତୀୟ ଫେଲୋଶିପ କାର୍ଯ୍ୟକ୍ରମ ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ୱାରା ପରିକଳ୍ପନା କରାଯାଇଛି। ଓଡ଼ିଶାରେ ରାଜ୍ୟ ଦକ୍ଷତା ବିକାଶ ମିଶନ ସହଯୋଗରେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ରାଜ୍ୟର ପ୍ରତ୍ୟେକ ଜିଲାରେ ଜଣେ ଲେଖାଏ ମୋଟ ୩୦ଜଣ ମହାତ୍ମା ଗାନ୍ଧୀ ଜାତୀୟ ଫେଲୋ କାର୍ଯ୍ୟ କରୁଛନ୍ତି। ଗ୍ରାମାଞ୍ଚଳରେ ରୋଜଗାର, ଅର୍ଥନୈତିକ ଉପତ୍ାଦନ ବୃଦ୍ଧି ତଥା ଜୀବିକା ନିର୍ବାହରେ ପ୍ରତିବନ୍ଧକ ଚିହ୍ନଟ କରି ଯୋଜନା ପ୍ରସ୍ତୁତ କରିବା ପାଇଁ ଏହି ଅଧିକାରୀମାନେ ଲୋକନୀତି ଓ ପରିଚାଳନା କ୍ଷେତ୍ରରେ ଦୁଇବର୍ଷର ତାଲିମ ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri