ସ୍କିଲ୍ଡ ଇନ୍‌ ଓଡ଼ିଶା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର, ୮ା୮(ଅସମାପିକା ସାହୁ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆଇଟିଆଇ ଛାତ୍ରୀଛାତ୍ରଙ୍କ ଦ୍ୱାରା ଖାରବେଳ ଭବନ ପରିସରରେ ସ୍କିଲ୍ଡ ଇନ୍‌ ଓଡ଼ିଶା ପ୍ରଦର୍ଶନୀ ‘ବର୍ଜ୍ୟବସ୍ତୁରୁ ସମ୍ପଦ’ ଆରମ୍ଭ ହୋଇଛି। ସୋମବାର ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଏହାକୁ ଉଦ୍‌ଘାଟନ କରିଥିଲେ। ଏଠାରେ ଆଇଟିଆଇ ଛାତ୍ରୀଛାତ୍ରଙ୍କ ଦ୍ୱାରା ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନ ସହ ବିକ୍ରୟ ବ୍ୟବସ୍ଥା ରହିଛି। ଏହି ଅବସରରେ ଅସିତ ତ୍ରିପାଠୀ କହିଲେ, ଆଇଟିଆଇ ତାଲିମପ୍ରାପ୍ତ ଛାତ୍ରୀଛାତ୍ରଙ୍କ ପାଇଁ ସ୍ବୀକୃତି ଏବଂ ଆୟ ସୃଷ୍ଟିର ସୁଯୋଗ ପ୍ରଦାନ କରିବା ପାଇଁ ଏପରି କାର୍ଯ୍ୟକ୍ରମକୁ ସାରା ରାଜ୍ୟରେ ବ୍ୟାପକ କରିବାକୁ ଯୋଜନା କରାଯାଉଛି। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଲୋକଙ୍କ ମଧ୍ୟରେ ସ୍କିଲ୍‌-ଇନ୍‌-ଓଡ଼ିଶା ବ୍ରାଣ୍ଡ୍‌କୁ ଲୋକପ୍ରିୟ କରିବା ଓ ପ୍ରଯୁକ୍ତି ବିଦ୍ୟା ଯୋଗାଇବା। ଏହି ସ୍ବୀକୃତିପ୍ରାପ୍ତ ବ୍ରାଣ୍ଡ୍‌ର ସ୍ଥିତିକୁ ମଜଭୁତ କରିବା ପାଇଁ ଆଉଟ୍‌ଲେଟ୍‌ଗୁଡ଼ିକୁ ବୃଦ୍ଧି କରାଯାଉ ବୋଲି ସେ କହିଥିଲେ। ସ୍କିଲ୍ଡ-ଇନ୍‌-ଓଡ଼ିଶା ହେଉଛି ଏକ ପରିବର୍ତ୍ତନଶୀଳ ଯାତ୍ରା, ଯାହା ରାଜ୍ୟରେ ଯୁବ ସାମର୍ଥ୍ୟକୁ ବ୍ୟବହାର କରୁଛି ବୋଲି ପ୍ରମୁଖ ଶାସନ ସଚିବ ପାଢ଼ୀ କହିଥିଲେ।
ଏହି ପ୍ରଦର୍ଶନୀରେ ବର୍ଜ୍ୟବସ୍ତୁ ଯଥା ଗାଡି, ମୋଟର ସାଇକେଲ ଓ ସାଇକେଲ ଯନ୍ତ୍ରାଂଶ ବଲ୍‌, ବିୟରିଙ୍ଗ, ଚେନ୍‌ କ୍ରାଙ୍କ, ନଟ୍‌ବୋଲ୍ଟ, କମ୍ପ୍ୟୁଟର କି ବୋର୍ଡ ଆଦିରୁ ତିଆରି ଗାନ୍ଧିଜୀ, ସୁଭାଷ ଚନ୍ଦ୍ର ବୋଷଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି, ଘୋଡ଼ା, ପେଙ୍ଗୁଇନ୍‌ ଓ ମାଛ ଭଳି ବିଭିନ୍ନ ପ୍ରକାରର ସାମଗ୍ରୀ ପ୍ରଦର୍ଶିତ କରାଯାଇଛି। ଆଇଟିଆ ଛାତ୍ରୀଛାତ୍ରମାନେ ସୁନ୍ଦର, ନିଖୁଣ ଓ ଆକର୍ଷଣୀୟ କାଠ ଓ ହସ୍ତତନ୍ତ ଉତ୍ପାଦ, ଘର ସାଜସଜ୍ଜା, ଅଫିସ୍‌ ଷ୍ଟେସନାରୀ, ଚିତ୍ରକଳା ଏବଂ ବେକେରି ଭଳି ବିଭିନ୍ନ ସାମଗ୍ରୀ ତିଆରି କରି ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରିଛନ୍ତି। ଏହା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri