ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି କରିବ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ

ଦିଗପହଣ୍ଡି,୧୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ମେଳାରେ ବିଡିଓ ଡ. ଚିତ୍ତରଞ୍ଜନ ଦାସ ମୁଖ୍ୟ ଅତିଥି, ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ।

ସେହିପରି ଜିଲା ପରିଷଦ ପ୍ରତିନିଧି ଏମ୍‌ . ନିରଞ୍ଜନ ରେଡ୍ଡୀ, ଆଙ୍କୋରଡ଼ା ପଞ୍ଚାୟତ
ସରପଞ୍ଚ ପ୍ରତିନିଧି ଶିଶିର କୁମାର ପ୍ରଧାନ, ଚିକିଟି ମହାବିଦ୍ୟାଳୟ ଅଧ୍ୟକ୍ଷା ନିବେଦିତା ପାଢ଼ୀ , ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ, ରସାନନ୍ଦ ଘଡ଼େଇ, ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ନିହାରିକା ତ୍ରିପାଠୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାମନାଥ ବିଷୋୟୀ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ପଦ୍ମନାଭପୁର କ୍ଲଷ୍ଟର ସିଆରସିସି ଶ୍ରୀକାନ୍ତ ସାମନ୍ତରାୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଛାତ୍ରୀଛାତ୍ରଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଦକ୍ଷତା ବୃଦ୍ଧି କରି ସେମାନଙ୍କ ବୁଦ୍ଧିମତାର ବିକାଶ କରିବା ନିପୁଣ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟ ଆଭିମୁଖ୍ୟ ବୋଲି ଅତିଥିବୃନ୍ଦ ମତପ୍ରକାଶ କରିଥିଲେ।

ଏହି ପରିପ୍ରେକ୍ଷୀରେ ଦିଗପହଣ୍ଡି ବ୍ଲକ ଅଧିନସ୍ଥ ୧୬ଟି କ୍ଲଷ୍ଟର ୨ ଶହରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀଙ୍କ ଦାରା ନିପୁଣ ଓଡ଼ିଶା, ଜୀବନ୍ତ ଶିକ୍ଷାଦାନ, ଅଭିନବ ଶିକ୍ଷଣ ସାମଗ୍ରୀ, ଆଲୋଚନା ଏବଂ ମତାମତ ଭଳି ୫ଟି ଷ୍ଟଲ୍‌ରେ ପରିବେଷିତ ପ୍ରକଳ୍ପକୁ ଅତିଥି ବୃନ୍ଦ ପରିଦର୍ଶନ କରିଥିଲେ। ବିଭିନ୍ନ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପରିଶେଷରେ ପ୍ରତିଯୋଗୀମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଉପସ୍ଥିତ ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭାବକ ଏବଂ ଶିକ୍ଷାର୍ଥୀମାନେ ଶପଥ ପାଠ କରିଥିବା ବେଳେ ବିଭିନ୍ନ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଏଫ୍‌ଏଲ୍‌ଏନ୍‌ ଗ୍ରେଡର ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ସମସ୍ତ ସିଆରସିସି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri