ବ୍ୟାପୁଛି ଚର୍ମବିଣ୍ଡି, ୧୦ହଜାରରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କେତେକ ସ୍ଥାନରେ ଗୋରୁଙ୍କଠାରେ ଭୂତାଣୁଜନିତ ଚର୍ମବିଣ୍ଡି ରୋଗ ଦେଖାଯାଇଛି। ଏହା ବ୍ୟାପୁଥିବାରୁ ଚିନ୍ତା ବଢ଼ିଛି। ଏହି ରୋଗର ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୫୪୧ ପ୍ରାଣୀ ଚିକିତ୍ସାଳୟ, ୩,୨୩୯ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ର ଓ ୩୧୪ ଭ୍ରାମ୍ୟମାଣ ପ୍ରାଣୀଚିକିତ୍ସା ୟୁନିଟ୍‌ ମାଧ୍ୟମରେ ଆକ୍ରାନ୍ତ ଗୋରୁଙ୍କୁ ଚିକିତ୍ସା କରାଯାଉଛି। ଗତ ଶନିବାର ସୁଦ୍ଧା ୧୦,୦୪୭ ଗୋରୁଙ୍କ ଶରୀରରେ ଚର୍ମବିଣ୍ଡି ରୋଗର ଲକ୍ଷଣ ଦେଖାଯାଇଛି। ଏଥିମଧ୍ୟରୁ ୪,୮୩୭ ଗୋରୁ ଚିକିତ୍ସା ପରେ ଆରୋଗ୍ୟ ଲାଭ କରିଛନ୍ତି। କେବଳ ଶନିବାର ୬୨୬ଟି ଗୋରୁ ଆରୋଗ୍ୟ ହୋଇଛନ୍ତି। ଅନ୍ୟ ଆକ୍ରାନ୍ତଙ୍କ ଚିକିତ୍ସା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଦ୍ୱାରା ଚାଲୁ ରହିଛି। ଏହି ରୋଗର ନିରାକରଣ ପାଇଁ ଶନିବାର ୬୭,୪୦୦ ଗୋରୁଙ୍କ ଟିକାକରଣ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୬,୩୨,୮୦୦ ଗୋରୁଙ୍କୁ ଟିକାକରଣ କରାଯାଇଛି ଏବଂ ଟିକାକରଣ କାର୍ଯ୍ୟକ୍ରମ ଚାଲୁରହିଛି। ଏଥିସହ ସଂକ୍ରମଣ ରୋକିବା ପାଇଁ ବାଲେଶ୍ୱର, ବରଗଡ଼, ଦେବଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନୂଆପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ ପରି ରାଜ୍ୟର ସୀମାନ୍ତ ଜିଲାଗୁଡ଼ିକରେ ଗୋରୁଙ୍କୁ ଆନ୍ତଃରାଜ୍ୟ ନେବା ଆଣିବାକୁ ନିଷେଧ କରାଯାଇଛି। ସେହିଭଳି ରାଜ୍ୟରେ ଗୋରୁ ପ୍ରଦର୍ଶନୀ, ମେଳା ଓ ଗୋରୁହାଟ ବନ୍ଦ କରାଯାଇଛି ବୋଲି ରବିବାର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri