Posted inଜାତୀୟ

ସିକିମରେ ଏସକେଏମ’ର ଏକତରଫା ବିଜୟ, ବିରୋଧୀଙ୍କୁ ମିଳିଲା ଗୋଟିଏ ଆସନ

ନୂଆଦିଲ୍ଲୀ,୨ା୬: ସିକିମ ବିଧାନସଭା ନିର୍ବାଚନରେ ଏକତରଫା ବିଜୟ ହାସଲ କରିଛି ସରକାରରେ ଥିବା ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା (ଏସକେଏମ)। ଦଳ ବିରୋଧୀଙ୍କୁ ସବୁ ଦିଗରୁ ଚକମା ଦେଇ ମୋଟ ୩୨ ଆସନରୁ ୩୧ ଆସନରେ ବିଜୟ ହାସଲ କରିଛି। ଏଥିସହିତ ଦଳ ଦ୍ୱିତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି।

ଏସକେଏମ ୩୨ ଟି ସିଟ୍ ମଧ୍ୟରୁ ୩୧ଟି ଜିତିଛି ସିକିମ ଡେମୋକ୍ରାଟିକ୍ ଫ୍ରଣ୍ଟ (ଏସଡ଼ିଏଫ) ଗୋଟିଏ ଆସନରେ ବିଜୟୀ ହୋଇଛି। ଭାରତୀୟ ଜନତା ପାର୍ଟି, ଏସକେଏମ୍ ସହ ମିଳିତ ଭାବେ ୨୦୧୯ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିଥିଲା ବେଳେ ଚଳିତ ଥର କୌଣସି ଆସନରେ ଦଳ ବିଜୟୀ ହୋଇନାହିଁ। ସରକାର ଗଠନ ପାଇଁ ରାଜ୍ୟରେ ୧୬ ଆସନ ଆବଶ୍ୟକ ଥିବା ବେଳେ ଏସକେଏମ ୩୧ ଆସନରେ ବିଜୟ ହାସଲ କରିଛି।

୧୪୬ ପ୍ରତିଯୋଗୀଙ୍କ ମଧ୍ୟରେ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ, ତାଙ୍କ ପତ୍ନୀ କୃଷ୍ଣ କୁମାରୀ ରାୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ ଏବଂ ପୂର୍ବତନ ଫୁଟବଲର୍ ଭାଇଚୁଙ୍ଗ ଭୁଟିଆ ପ୍ରମୁଖ ପ୍ରାର୍ଥୀ ମୈଦାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri