Posted inଜାତୀୟ

ସିକିମରେ ଏସକେଏମ’ର ଏକତରଫା ବିଜୟ, ବିରୋଧୀଙ୍କୁ ମିଳିଲା ଗୋଟିଏ ଆସନ

ନୂଆଦିଲ୍ଲୀ,୨ା୬: ସିକିମ ବିଧାନସଭା ନିର୍ବାଚନରେ ଏକତରଫା ବିଜୟ ହାସଲ କରିଛି ସରକାରରେ ଥିବା ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା (ଏସକେଏମ)। ଦଳ ବିରୋଧୀଙ୍କୁ ସବୁ ଦିଗରୁ ଚକମା ଦେଇ ମୋଟ ୩୨ ଆସନରୁ ୩୧ ଆସନରେ ବିଜୟ ହାସଲ କରିଛି। ଏଥିସହିତ ଦଳ ଦ୍ୱିତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି।

ଏସକେଏମ ୩୨ ଟି ସିଟ୍ ମଧ୍ୟରୁ ୩୧ଟି ଜିତିଛି ସିକିମ ଡେମୋକ୍ରାଟିକ୍ ଫ୍ରଣ୍ଟ (ଏସଡ଼ିଏଫ) ଗୋଟିଏ ଆସନରେ ବିଜୟୀ ହୋଇଛି। ଭାରତୀୟ ଜନତା ପାର୍ଟି, ଏସକେଏମ୍ ସହ ମିଳିତ ଭାବେ ୨୦୧୯ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିଥିଲା ବେଳେ ଚଳିତ ଥର କୌଣସି ଆସନରେ ଦଳ ବିଜୟୀ ହୋଇନାହିଁ। ସରକାର ଗଠନ ପାଇଁ ରାଜ୍ୟରେ ୧୬ ଆସନ ଆବଶ୍ୟକ ଥିବା ବେଳେ ଏସକେଏମ ୩୧ ଆସନରେ ବିଜୟ ହାସଲ କରିଛି।

୧୪୬ ପ୍ରତିଯୋଗୀଙ୍କ ମଧ୍ୟରେ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ, ତାଙ୍କ ପତ୍ନୀ କୃଷ୍ଣ କୁମାରୀ ରାୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ ଏବଂ ପୂର୍ବତନ ଫୁଟବଲର୍ ଭାଇଚୁଙ୍ଗ ଭୁଟିଆ ପ୍ରମୁଖ ପ୍ରାର୍ଥୀ ମୈଦାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri