ସ୍କୋଡାର କଷ୍ଟମର କେୟାର ପ୍ରୋଗ୍ରାମ

ଭୁବନେଶ୍ୱର,୨୬।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ବହୁରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ୍‌ ‘ସ୍କୋଡା’ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘କଷ୍ଟମର କେୟାର ପ୍ରୋଗ୍ରାମ’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଚଳିତ ଗ୍ରୀଷ୍ମ ଅବକାଶରେ ସ୍କୋଡାର ଗ୍ରାହକଙ୍କୁ କମ୍ପାନୀ ପକ୍ଷରୁ ଅବସର ବିନୋଦନ ଓ ମନୋରଞ୍ଜନ ପାଇଁ ସୁଯୋଗ ଯୋଗାଇ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ତଥା କଟକ ପ୍ରତାପ ନଗରୀସ୍ଥିତ ଟ୍ରିନିଟ୍‌ ସ୍କୋଡା (ଦୁର୍ଗେଶ ମୋଟର୍ସ) ଶୋ’ରୁମ୍‌ ପକ୍ଷରୁ ଖୋର୍ଦ୍ଧା କୁମ୍ଭାରବସ୍ତର ଓ୍ବେଣ୍ଡର୍ଲା ପାର୍କ ଆଣ୍ଡ ରେସର୍ଟଠାରେ ଏକ ଦିନିକିଆ କଷ୍ଟମର କେୟାର ପ୍ରୋଗ୍ରାମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୯୦ରୁ ଅଧିକ ସ୍କୋଡା ଗ୍ରାହକ ଓ ସେମାନଙ୍କ ପରିବାର ସଦସ୍ୟ ଯୋଗଦେଇ ପାର୍କ ପରିସରରେ ଥିବା ବିଭିନ୍ନ ସୁବିଧାର ମଜା ଉଠାଇବା ସହିତ ଟ୍ରିନିଟ୍‌ ସ୍କୋଡା ଓ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ସାଧୁବାଦ ଜଣାଇଥିଲେ।

ସେହିଭଳି କାର୍ଯ୍ୟକ୍ରମ ପରିସରରେ ବ୍ରାଣ୍ଡ୍‌ର ବିଭିନ୍ନ ମଡେଲକୁ ମଧ୍ୟ ପ୍ରଦର୍ଶିତ କରାଯାଇଥିଲାବେଳେ ଆଶାୟୀ ଗ୍ରାହକ ଓ ପାର୍କ ପରିସରକୁ ଆସିଥିବା ଅନ୍ୟ ବର୍ଗର ଲୋକ ମଧ୍ୟ ସେମାନଙ୍କର ପସନ୍ଦର ବ୍ରାଣ୍ଡ୍‌ ସମ୍ପର୍କରେ ଅବଗତ ସହ ପ୍ରି ବୁକିଂ କରିଥିଲେ। ପରିଶେଷରେ ଉଭୟ ଗ୍ରାହକ ଓ ଆୟୋଜକ ମନୋରଞ୍ଜନ ସହିତ ସ୍ବାଦିଷ୍ଟ ଖାଦ୍ୟ ଓ ପାନୀୟଜଳ ଗ୍ରହଣକରି ଏକ ସୁନ୍ଦର ଅନୁଭୂତି ପରିପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri