ଆକାଶ ପଥରେ ସୁଗମ ହେବ ଗମନାଗମନ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଆକାଶ ପଥରେ ଗମନାଗମନ ସୁଗମ କରିବା ପାଇଁ ‘ଉଡାନ୍‌’ ଯୋଜନାରେ ବେସାମରିକ ବିମାନ ଚଳାଚଳକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟ ସରକାର ମଧ୍ୟ ଏଥିରେ ଅଂଶୀଦାର ସାଜିଛନ୍ତି। ଝାରସୁଗୁଡ଼ା, ଜୟପୁର ସମେତ ଆଗାମୀ ଦିନରେ ଅନ୍ୟ ବିମାନବନ୍ଦରକୁ ସଂଯୋଗ ପାଇଁ ଅର୍ଥନୈତିକ ଅଭିବୃଦ୍ଧି ଦୃଷ୍ଟିକୋଣରୁ ଭାଇବିଲିଟି ଗ୍ୟାପ୍‌ ଫଣ୍ଡ (ଭିଜିଏଫ) ପାଇଁ ସବ୍‌ସିଡି ବାବଦରେ ୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି। ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର, ଜୟପୁର ବିମାନ ବନ୍ଦର, କଳାହାଣ୍ଡିର ଉତ୍‌କେଲା, ଗଞ୍ଜାମର ରଙ୍ଗେଇଲୁଣ୍ଡା, ମାଲକାନଗିରି ଏୟାରଷ୍ଟ୍ରିପ୍‌ ନବୀକରଣ ଏବଂ ସମ୍ପ୍ରସାରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏହାବ୍ୟତୀତ ୮ଟି ଏୟାରଷ୍ଟ୍ରିପ୍‌ର ରକ୍ଷଣାବେକ୍ଷଣ ପାଇଁ ଯୋଜନା କରାଯାଉଛି। ଢେଙ୍କାନାଳ ଜିଲାର ବୀରାଶାଳସ୍ଥିତ ବିଜୁ ପଟ୍ଟନାୟକ ଏରୋସ୍ପେସ୍‌ ଏକାଡେମୀକୁ ବିଶ୍ୱସ୍ତରୀୟ ପାଇଲଟ୍‌ ଟ୍ରେନିଂ ସେଣ୍ଟରରେ ପରିଣତ କରାଯିବ। ଏଠାରେ ବାର୍ଷିକ ୫୦୦ ପାଇଲଟଙ୍କୁ ପର୍ଯ୍ୟାୟକ୍ରମେ ପ୍ରଶିକ୍ଷଣ ଦିଆଯିବ। ଏଥିଲାଗି ବଜେଟରେ ୨୭୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିପରି ଅନ୍ତର୍ଜାତୀୟ ଗନ୍ତବ୍ୟସ୍ଥଳକୁ ସିଧାସଳଖ ବିମାନ ଚଳଚଳ ହେଲେ ପର୍ଯ୍ୟଟନ ଓ ସାଂସ୍କୃତିକ ଭାବ ବିନିମୟ ହେବ। ଏଥିଲାଗି ୧୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri