ଆକାଶ ପଥରେ ସୁଗମ ହେବ ଗମନାଗମନ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଆକାଶ ପଥରେ ଗମନାଗମନ ସୁଗମ କରିବା ପାଇଁ ‘ଉଡାନ୍‌’ ଯୋଜନାରେ ବେସାମରିକ ବିମାନ ଚଳାଚଳକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟ ସରକାର ମଧ୍ୟ ଏଥିରେ ଅଂଶୀଦାର ସାଜିଛନ୍ତି। ଝାରସୁଗୁଡ଼ା, ଜୟପୁର ସମେତ ଆଗାମୀ ଦିନରେ ଅନ୍ୟ ବିମାନବନ୍ଦରକୁ ସଂଯୋଗ ପାଇଁ ଅର୍ଥନୈତିକ ଅଭିବୃଦ୍ଧି ଦୃଷ୍ଟିକୋଣରୁ ଭାଇବିଲିଟି ଗ୍ୟାପ୍‌ ଫଣ୍ଡ (ଭିଜିଏଫ) ପାଇଁ ସବ୍‌ସିଡି ବାବଦରେ ୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି। ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର, ଜୟପୁର ବିମାନ ବନ୍ଦର, କଳାହାଣ୍ଡିର ଉତ୍‌କେଲା, ଗଞ୍ଜାମର ରଙ୍ଗେଇଲୁଣ୍ଡା, ମାଲକାନଗିରି ଏୟାରଷ୍ଟ୍ରିପ୍‌ ନବୀକରଣ ଏବଂ ସମ୍ପ୍ରସାରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏହାବ୍ୟତୀତ ୮ଟି ଏୟାରଷ୍ଟ୍ରିପ୍‌ର ରକ୍ଷଣାବେକ୍ଷଣ ପାଇଁ ଯୋଜନା କରାଯାଉଛି। ଢେଙ୍କାନାଳ ଜିଲାର ବୀରାଶାଳସ୍ଥିତ ବିଜୁ ପଟ୍ଟନାୟକ ଏରୋସ୍ପେସ୍‌ ଏକାଡେମୀକୁ ବିଶ୍ୱସ୍ତରୀୟ ପାଇଲଟ୍‌ ଟ୍ରେନିଂ ସେଣ୍ଟରରେ ପରିଣତ କରାଯିବ। ଏଠାରେ ବାର୍ଷିକ ୫୦୦ ପାଇଲଟଙ୍କୁ ପର୍ଯ୍ୟାୟକ୍ରମେ ପ୍ରଶିକ୍ଷଣ ଦିଆଯିବ। ଏଥିଲାଗି ବଜେଟରେ ୨୭୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିପରି ଅନ୍ତର୍ଜାତୀୟ ଗନ୍ତବ୍ୟସ୍ଥଳକୁ ସିଧାସଳଖ ବିମାନ ଚଳଚଳ ହେଲେ ପର୍ଯ୍ୟଟନ ଓ ସାଂସ୍କୃତିକ ଭାବ ବିନିମୟ ହେବ। ଏଥିଲାଗି ୧୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri