Posted inଖେଳ

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ, ତାହା ଆଜି(ଶନିବାର) ଖେଳାଯାଉଥିବା ମ୍ୟାଚ୍‌ରୁ ସ୍ପଷ୍ଟ ହେବ। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ପାକିସ୍ତାନ ଦଳ ଏକ ବଡ଼ ପଦକ୍ଷେପ ନେଇ ଷ୍ଟାର୍‌ ବ୍ୟାଟର ବାବର ଆଜମଙ୍କୁ ଦଳରୁ ବାଦ ଦେଇଛି।

ପଲ୍ଲେକେଲେଠାରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ରେ ପାକିସ୍ତାନ ଦଳରେ ୩ଟି ପରିବର୍ତ୍ତନ ହୋଇଛି। ଖରାପ ଫର୍ମ ଦେଇ ଗତି କରୁଥିବା ବାବର ଆଜମଙ୍କ ସ୍ଥାନରେ ଖ୍ବାଜା ନଫେଙ୍କୁ ସୁଯୋଗ ମିଳିଛି। ବାବର ଚଳିତ ବିଶ୍ୱକପ୍‌ର ୪ଟି ଇନିଂସରେ ମାତ୍ର ୯୧ ରନ କରିଛନ୍ତି। ସେହିଭଳି ସାଇମ ଆୟୁବଙ୍କ ବଦଳରେ ସ୍ପିନର ଅବରାର ଅହମ୍ମଦ ଏବଂ ସଲମାନ ମିର୍ଜାଙ୍କ ସ୍ଥାନରେ ପେସର ନସିମ ଶାହଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇଛି।

SL vs PAK ମ୍ୟାଚ୍‌ର ପ୍ଲେଇଂ-୧୧:

ଶ୍ରୀଲଙ୍କା: ଦାସୁନ ଶାନକା (ଅଧିନାୟକ), ପଥୁମ ନିଶଙ୍କା, ଚରିତ ଅସଲଙ୍କା, କାମିଲ ମିଶାରା, ପବନ ରତ୍ନାୟକେ, କାମିନ୍ଦୁ ମେଣ୍ଡିସ, ଜନିଥ ଲିୟାନଗେ, ଦୁନିଥ ୱେଲାଲାଗେ, ମହୀଶ ତୀକ୍ଷ୍ଣା, ଦୁଷ୍ମନ୍ତ ଚମୀରା ଏବଂ ଦିଲଶାନ ମଦୁଶଙ୍କା।

ପାକିସ୍ତାନ: ସଲମାନ ଅଲି ଆଗା (ଅଧିନାୟକ), ସାହିବଜାଦା ଫରହାନ, ଫଖର ଜମାନ, ଖ୍ୱାଜା ନଫେ, ଉସମାନ ଖାନ (ୱିକେଟକିପର), ଶାଦାବ ଖାନ, ମହମ୍ମଦ ନୱାଜ, ଶାହୀନ ଆଫ୍ରିଦି, ନସିମ ଶାହ, ଅବରାର ଅହମ୍ମଦ ଏବଂ ଉସମାନ ତାରିକ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri