Posted inଖେଳ

୧୪୬ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଶକିଲ କଲେ ବଡ଼ କାରନାମା

କଲମ୍ବୋ,୨୬।୭: ଶ୍ରୀଲଙ୍କା ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ସାଉଦ ଶକିଲ ଅର୍ଦ୍ଧଶତକ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ୭ଟି ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିଥିବା ଶକିଲ ବର୍ତ୍ତମାନ ପ୍ରଥମ କ୍ରିକେଟର ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ବ୍ୟାଟ୍ସମ୍ୟାନ ଏହା କରିପାରି ନ ଥିଲେ।
୨୭ ବର୍ଷୀୟ ଶକିଲ ତାଙ୍କ ଟେଷ୍ଟ କ୍ୟାରିୟରର ସମସ୍ତ ୭ଟି ଟେଷ୍ଟ ମ୍ୟାଚରେ ୫୦ କିମ୍ବା ଅଧିକ ସ୍କୋର କରିଛନ୍ତି। ଏହା ସହିତ ତାଙ୍କ ନାମରେ ଏକ ବିଶ୍ୱ ରେକର୍ଡ ହୋଇଛି। ଟେଷ୍ଟ କ୍ରିକେଟ ଇତିହାସରେ ଶକିଲ ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। କୌଣସି ବ୍ୟାଟ୍ସମ୍ୟାନ ତାଙ୍କ ପୂର୍ବରୁ ଏହି କୀର୍ତ୍ତିମାନ ହାସଲ କରିପାରି ନାହାନ୍ତି।
ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଶ୍ରୀଲଙ୍କା ଦଳ ମାତ୍ର ୧୬୬ ରନ ସଂଗ୍ରହ କରିଥିଲା। ଖବର ଲେଖିବା ପର୍ଯ୍ୟନ୍ତ ପାକିସ୍ତାନ ପ୍ରଥମ ଇନିଂସରେ ୪ ଉଇକେଟ ହରାଇ ୩୪୪ ରନ ସଂଗ୍ରହ କରିଛି। ଏହି ମ୍ୟାଚ୍‌ରେ ଶକିଲ ୫୭ ରନ୍‌ କରିଥିଲେ। ଓପନର୍‌ ଅବଦୁଲ୍ଲା ଶାଫିକ ୧୬୫ ଏବଂ ସରଫରାଜ ଅହମ୍ମଦ ୧୪ରେ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?