ଆଇନମନ୍ତ୍ରୀଙ୍କ ସଭା ମଞ୍ଚକୁ ଚପଲମାଡ଼

ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି। ମାହାଙ୍ଗା ଥାନା ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି।
ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ମାହାଙ୍ଗାର ଗୋକନ ଭଞ୍ଜ ମଣ୍ଡପଠାରେ ଶରତ ଉତ୍ସବ ୨୦୨୧ ସନ୍ଧ୍ୟା ଅନୁଷ୍ଠିତ ହେଉଥିଲା। ଏଥିରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେବାର ଥିଲା। ସେ କୌଣସି କାରଣବଶତଃ ଆସି ନ ଥିଲେ। ମନ୍ତ୍ରୀ ଜେନା ଉତ୍ସବରେ ଉଦ୍‌ଘାଟକ ରୂପେ ଯୋଗଦେଇଥିଲେ। ଜିଲାପରିଷଦ ସଭ୍ୟ ହୃଷୀକେଶ ସ୍ବାଇଁ ମାହାଙ୍ଗା ପଞ୍ଚାୟତ ସମିତିର ପ୍ରାକ୍ତନ ଅଧ୍ୟକ୍ଷ ରାଜକିଶୋର ଜେନା, ବିଜେଡି ନେତା ଅଶୋକ କୁମାର ଓଝା ପ୍ରମୁଖ ଉପସ୍ଥିତ ଥିଲେ। ମଞ୍ଚରେ ମନ୍ତ୍ରୀଙ୍କ ଭାଷଣ ଜାରି ରହିଥିଲାବେଳେ ବ୍ଲକର ବାଏନପୁର ଗଁାର ନାଗଭୂଷଣ ସ୍ବାଇଁ ଓରଫ କୁନୁ ଆକସ୍ମିକ ଭାବେ ତାଙ୍କୁ ଲକ୍ଷ୍ୟ କରି ଏକ ଚପଲ ମାଡ କରିଥିଲେ। ଏହି ଚପଲଟି ମନ୍ତ୍ରୀଙ୍କ ଦେହରେ ନ ବାଜି ସଭାମଞ୍ଚରେ ପଡିଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଉପସ୍ଥିତ ବିଜେଡି କର୍ମୀମାନେ କୁନୁଙ୍କୁ କାବୁ କରି ନିସ୍ତୁକ ମାଡ ମାରିଥିଲେ। ପରିସ୍ଥିତି ଉତେଜନାପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri