Posted inଜାତୀୟ

କଂଗ୍ରେସ ଉପରେ ଚଡ଼କ: ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲା ଚାର୍ଜସିଟରେ ପ୍ରିୟଙ୍କା ଗାନ୍ଧୀଙ୍କ ନାମ ଯୋଡିଲା ଇଡି…

ଲକ୍ଷ୍ନୌ,୨୮।୧୨ : ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଏକ ବଡ ତଥ୍ୟ ସାମ୍ନାକୁ ଆସିଛି। ଏହି ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି)ର ଚାର୍ଜସିଟରେ ପ୍ରିୟଙ୍କା ଗାନ୍ଧୀଙ୍କ ନାମ ପ୍ରଥମ ଥର ପାଇଁ ପ୍ରକାଶ ପାଇଛି। ଇଡି ଚାର୍ଜସିଟରେ ରୋବର୍ଟ ଭଦ୍ରାଙ୍କ ସହ ପ୍ରିୟଙ୍କା ଗାନ୍ଧୀଙ୍କ ବିଷୟରେ ଉଲ୍ଲେଖ କରାଯାଇଛି ବୋଲି ସୂତ୍ରରୁ ପ୍ରକାଶ। ତେବେ ତାଙ୍କୁ ଅଭିଯୁକ୍ତ କରାଯାଇ ନାହିଁ।

ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ପ୍ରଥମ ଥର ପାଇଁ ଇଡି ଚାର୍ଜସିଟରେ ଉଲ୍ଲେଖ କରାଯାଇଛି। ସିସି ଥାମ୍ପି ଏବଂ ସୁମିତ ଚାଧାଙ୍କ ବିରୋଧରେ ଦାଖଲ ହୋଇଥିବା ଚାର୍ଜସିଟରେ ପ୍ରିୟଙ୍କା ଗାନ୍ଧୀଙ୍କ ନାମ ଉଲ୍ଲେଖ କରାଯାଇଛି। ଅନୁସନ୍ଧାନରୁ ଜଣାପଡିଛି ରବର୍ଟ ଭଦ୍ରା ଏବଂ ଥାମ୍ପୀଙ୍କ ବ୍ୟତୀତ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଫରିଦାବାଦରେ ଜମି କିଣିଛନ୍ତି। ସଞ୍ଜୟ ଭଣ୍ଡାରୀ ନିକଟସ୍ଥ ଥାମ୍ପି ଏବଂ ଭଦ୍ରା ମଧ୍ୟରେ ଆର୍ଥିକ ସଂଯୋଗର ଯାଞ୍ଚ ବେଳେ ଏହା ପ୍ରକାଶ ପାଇଛି। ତେବେ ଇଡିର ଏହି ଚାର୍ଜସିଟରେ ପ୍ରିୟଙ୍କା ଗାନ୍ଧୀ ଏବଂ ରୋବର୍ଟ ଭଦ୍ରାଙ୍କୁ ଅଭିଯୁକ୍ତ ଭାବେ ନାମିତ କରାଯାଇ ନାହିଁ।

୨୦୦୫-୨୦୦୬ ମଧ୍ୟରେ, ରବର୍ଟ ଭଦ୍ରା ଫରିଦାବାଦର ଆମିପୁର ଗ୍ରାମରେ ପ୍ରାୟ ୪୦.୮ଏକର ଜମି କ୍ରୟ କରିଥିଲେ, ଯାହା ସମ୍ପତ୍ତି ଡିଲର ଏଚ.ଏଲ ପହୱା (ଥାମ୍ପି ନିକଟବର୍ତ୍ତୀ) ମାଧ୍ୟମରେ ଡିସେମ୍ବର ୨୦୧୦ ରେ ପହୱାକୁ ବିକ୍ରି ହୋଇଥିଲା। ସେହିଭଳି ଏପ୍ରିଲ ୨୦୦୬ ରେ ସେହି ଆମିପୁର ଗାଁରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାମରେ ଏକ ଘର କିଣାଯାଇଥିଲା, ଯାହା ଫେବୃଆରୀ ୨୦୧୦ରେ ପହୱାଙ୍କୁ ବିକ୍ରି ହୋଇଥିଲା। ସୂଚନାନୁସାରେ, ପହୱା ଥାମ୍ପିଙ୍କ ଅତି ନିକଟତମ, ସେହି ଆମିପୁର ଗାଁରେ ଥମ୍ପୀଙ୍କ ଜମି କିଣିଥିବା ପହୱା ହିଁ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri