Posted inଜାତୀୟ

ନିଦ୍ରା ହେଲା ମହାନିଦ୍ରା: ଶୋଇଥିବା ୧୫ ପ୍ରବାସୀ ଶ୍ରମିକଙ୍କ ଉପରେ ମାଡ଼ିଗଲା ଡମ୍ପର୍‌, ଶୋକ ପ୍ରକାଶ କଲେ ମୋଦି

ସୁରଟ,୧୯।୧: ଗୁଜରାଟର ସୁରଟରେ ମଙ୍ଗଳବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବା ୧୫ ଜଣ ପ୍ରବାସୀ ଶ୍ରମିକଙ୍କ ଉପରେ ଏକ ଡମ୍ପର୍‌ ମାଡ଼ି ଯାଇଛି। କୋସମ୍ବା ଅଞ୍ଚଳର କିମ୍‌ ମାଣ୍ଡବି ରୋଡ୍‌ର ଫୁଟପାଥ୍‌ରେ ହାଲିଆ ହୋଇ ଶୋଇଥିବା ଶ୍ରମିକଙ୍କ ଉପରେ ନିୟନ୍ତ୍ରଣ ହରାଇ ଡମ୍ପର ମାଡ଼ି ଯାଇଛି। ଘଟଣାସ୍ଥଳରେ ଜଣେ ବାଳିକାଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ୩ ଜଣଙ୍କ ମୃତ୍ୟୁ ହସ୍ପିଟାଲରେ ଘଟିଛି। ବିପରିତ ଦିଗରୁ ଏକ ଆଖୁ ବୋଝେଇ ଟ୍ରାକ୍ଟର ଆସୁଥିଲା। ଡମ୍ପର ଚାଳକ ଟ୍ରାକ୍ଟରକୁ ରାସ୍ତା ଦେବାକୁ ଯାଇ ଏଭଳି ଦୁର୍ଘଟଣା ଘଟାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଡମ୍ପର ଚାଳକ ଏବଂ କ୍ଲିନରଙ୍କ ସମେତ ୬ ଜଣ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ତଦନ୍ତ ଜାରି ରହିଥିବା ସୁରଟ ଡିଏସ୍‌ପି ସି.ଏମ୍‌. ଜାଡେଜା କହିଛନ୍ତି। ଶ୍ରମିକମାନେ ରାଜସ୍ଥାନର ବଂସଓ୍ବାଡ଼ା ଜିଲାର ବାସିନ୍ଦା। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲାଗି ୨ ଲକ୍ଷ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ଅନୁକମ୍ପା ମୂଳକ ସହାୟତା ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ପ୍ରଦାନ କରାଯିବ ଲାଗି ମୋଦି ଘୋଷଣା କରିଛନ୍ତି। ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ମୃତକଙ୍କ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ସେହିପରି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ମୃତକଙ୍କ ପରିବାରଙ୍କୁ ୨ ଲକ୍ଷ ଏବଂ ଆହତଙ୍କ ପରିବାର ସଦସ୍ୟଙ୍କ ପାଇଁ ୫୦ ହଜାର ଟଙ୍କାର ଅନୁକମ୍ପା ମୂଳକ ସହାୟତା ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ପ୍ରଦାନ କରାଯିବ ଲାଗି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri