Posted inଜାତୀୟ

ନିଦ୍ରା ହେଲା ଶେଷ ନିଦ୍ରା: ରାସ୍ତାକଡ଼ରେ ଶୋଇଥିବା ଲୋକଙ୍କ ଉପରେ ଚଢ଼ିଗଲା ଟ୍ରକ୍‌, ୪ ମୃତ…

ନୂଆଦିଲ୍ଲୀ, ୨୧।୯ :ବୁଧବାର ବିଳମ୍ବିତ ରାତି ୧ଟା ୫୧ରେ ଦିଲ୍ଲୀରେ ଏକ ଦୁଃଖଦ ଘଟଣା ଘଟିଛି। ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ଘଟିଛି। ଏକ ଟ୍ରକ ରାସ୍ତାକଡ଼ରେ ଶୋଇଥିବା ଲୋକଙ୍କ ଉପରେ ଚଢ଼ିଯାଇଛି। ଫଳରେ ଶୋଇଥିବା ୬ ଜଣଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ଘଟଣାସ୍ଥଳରେ ଘଟିବା ସହିତ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। କୁହାଯାଉଛି ଯେ ଏହି ସମସ୍ତ ଲୋକ ରାସ୍ତା କଡରେ ଥିବା ଡିଭାଇଡର୍‌ ଉପରେ ଶୋଇଥିଲେ। ଆହତମାନେ ବର୍ତ୍ତମାନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ପୋଲିସ ଦେଇଥିବା ଖବର ଅନୁଯାୟୀ ଏକ ଅଜଣା ଟ୍ରକ ଏଭଳି କରିଛି ଏହି ହତ୍ୟାକାଣ୍ଡ ଘଟାଇଛି। କୁହାଯାଉଛି ଯେ ସେମାପୁରୀରେ ଡିଟିସି ଡିପୋ ରେଡଲାଇଟ ଅତିକ୍ରମ କରୁଥିବାବେଳେ ଏହି ଟ୍ରକ ରାସ୍ତା କଡରେ ଥିବା ଡିଭାଇଡର୍‌ ଉପରେ ଶୋଇଥିବା ଲୋକଙ୍କ ଉପରେ ନିୟନ୍ତ୍ରଣ ହରାଇ ମାଡ଼ି ଯାଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିବାବେଳେ ଚତୁର୍ଥ ବ୍ୟକ୍ତିଙ୍କର ଡାକ୍ତରଖାନାରେ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି।

ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଥିଲା। କେତେକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ଅନ୍ଧକାରର ସୁଯୋଗ ନେଇ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଟ୍ରକ ସହିତ ଫେରାର ହୋଇ ଯାଇଥିଲେ। ବର୍ତ୍ତମାନ ପୋଲିସ ଏହି ଦୁର୍ଘଟଣାର ତଦନ୍ତ ଜାରି ରଖିଛି।

ମୃତକଙ୍କ ନାମ ୫୨ ବର୍ଷିୟ କରିମ, ୨୫ ବର୍ଷିୟ ଛୋଟ ଖାନ, ୩୮ ବର୍ଷିୟ ଶାହ ଆଲାମ ଏବଂ ୪୫ ବର୍ଷିୟ ରାହୁଲ ବୋଲି ଜଣାପଡିଛି। ଏହା ବ୍ୟତୀତ ଆହତ ହୋଇଥିବା ଅନ୍ୟ ଦୁଇ ଜଣଙ୍କୁ ୧୬ବର୍ଷ ବୟସ୍କ ମନୀଷ ଏବଂ ୩୦ ବର୍ଷ ବୟସ୍କ ପ୍ରଦୀପ ବୋଲି ଜଣାପଡିଛି। ସଡ଼କ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଖୋଜିବା ପାଇଁ ପୋଲିସ ପକ୍ଷରୁ ବିଭିନ୍ନ ଟିମ୍‌ ଗଠନ କରାଯାଇଛି। ଏହି ମାମଲାରେ ପୋଲିସ ଏକ ମାମଲା ରୁଜୁ କରିଛି।

କରିମ, ଛୋଟ ଖାନ ଏବଂ ଶାହା ଆଲାମ ନୂଆ ସୀମା ପୁରୀ ଅଞ୍ଚଳର ବାସିନ୍ଦା ଥିଲେ। ରାହୁଲ ଶାହିବାବାଦର ଶାଲିମାର ବଗିଚା ବିକ୍ରମ ଏନକ୍ଲେର ବାସିନ୍ଦା ଥିଲେ। ଆହତ ମନୀଷ ଗଗନ ବିହାରର ଶାହାବାବାଦର ତୁସଲି ନିକେତନର ବାସିନ୍ଦା ଏବଂ ପ୍ରଦୀପ ଦିଲ୍ଲୀର ତାହିପୁର ଗାଁର ବାସିନ୍ଦା ବୋଲି ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri