ସକ୍ରିୟ ମାମଲା-ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୧୭।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୭ ହଜାର ତଳେ ରହିଛି। ଏହା ୬ ହଜାର ୧୯୪ ରହିଛି।

ଗୋଟିଏ ଦିନ ତଳେ ଏହା ୬ ହଜାର ୨୬୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୩୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୫ ହଜାର ୫୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଲକ୍ଷେ ୧୧ ହଜାର ୨୫୨ ଥିଲା। ସେହିପରି ୨୪ ଘଣ୍ଟାରେ ୧୫ ହଜାର ୨୨୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୫ ହଜାର ୪୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୧୩୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୨ ଲକ୍ଷ ୮୬ ହଜାର ୨୫୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୬ ଲକ୍ଷ ୫୪ ହଜାର ୬ ୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

କର୍ନାଟକରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦିଲ୍ଲୀରେ ମାସ୍କ ନପିନ୍ଧିଲେ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri