Posted inଜାତୀୟ

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌: ୨୪ ଘଣ୍ଟାରେ ୧,୮୦୩ ଆକ୍ରାନ୍ତ ଚିହ୍ନଟ, ୧୦ ହଜାର ଉପରେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୭।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ଏହା ୧,୮୦୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୮୮୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୦ ହଜାର ଉପରେ ରହିଛି। ଏହା ୧୦ ହଜାର ୩୦୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯ ହଜାର ୪୩୩ ଥିଲା। ସେହିପରି ୨୪ ଘଣ୍ଟାରେ ୯୩୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୦୫୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୩୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୫ ହଜାର ୯୫୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୪ ହଜାର ୮୧୫ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri