Posted inଜାତୀୟ

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ, ୨୪ ଘଣ୍ଟାରେ ୪୪୪ ମାମଲା…

ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ୧୧୩ ଦିନ ପରେ ଦୈନିକ ସଂକ୍ରମଣ ସର୍ବାଧିକ ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ୪ ଶହ ଟପିଛି। ଏହା ୪୪୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୫୨୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ଉପରେ ରହିଛି। ଏହା ୩ ହଜାର ୮୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୬୧୮ ଥିଲା। ସେହିପରି ୨୪ ଘଣ୍ଟାରେ ୨୫୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୪୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୮୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୦ ହଜାର ୯୩୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୬ ହଜାର ୩୪୫ ଜଣ ସୁସ୍ଥ ହୋଇ ସାରିଛନ୍ତି।
କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri